ଥୁଆମୂଳରାମପୁରରେ ଗ୍ୟାସ ସଙ୍କଟ: ଉଜ୍ଜ୍ୱଳା ଯୋଜନା ଫେଲ, ଧୂଆଁରେ ଶ୍ୱାସରୁଦ୍ଧ ହେଉଛି ଜୀବନ

ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଏବେ ରନ୍ଧନ ଗ୍ୟାସର ଘୋର ଅଭାବ ଦେଖାଦେଇଛି। ସରକାର ‘ଉଜ୍ଜ୍ୱଳା ଯୋଜନା’ ମାଧ୍ୟମରେ ଘରେ ଘରେ ସ୍ବଚ୍ଛ ଇନ୍ଧନ ପହଞ୍ଚାଇବାକୁ ବଡ଼ସ୍‌ବଡ଼ ଦାବି କରୁଥିବା ବେଳେ ବାସ୍ତବ ଚିତ୍ର କିନ୍ତୁ ସମ୍ପୂର୍ଣ୍ଣ ଓଲଟା। ବ୍ଲକର ୨୪ଟି ପଞ୍ଚାୟତର ହଜାର ହଜାର ହିତାଧିକାରୀ ଗ୍ୟାସ ପାଇଁ ଏଜେନ୍ସି ଦୁଆର ମାଡ଼ୁଥିଲେ ମଧ୍ୟ ସେମାନଙ୍କୁ ନିରାଶ ହେବାକୁ ପଡ଼ୁଛି। ଫଳରେ ଏହି ଗ୍ରୀଷ୍ମ ପ୍ରବାହ ସମୟରେ ଲୋକେ ବାଧ୍ୟ ହୋଇ ପୁଣି ଚୁଲି ଧୂଆଁରେ ରୋଷେଇ କରୁଛନ୍ତି, ଯାହା ମହିଳାମାନଙ୍କ ସ୍ବାସ୍ଥ୍ୟ ଉପରେ କୁପ୍ରଭାବ ପକାଉଛି।

ସୂଚନା ଅନୁଯାୟୀ, ଇଣ୍ଡିଆନ ଏବଂ ଭାରତ ଗ୍ୟାସ ଭଳି ପ୍ରତିଷ୍ଠିତ କମ୍ପାନୀର ଏଜେନ୍ସିମାନେ ଗ୍ରାହକଙ୍କୁ ସଠିକ ସମୟରେ ସିଲିଣ୍ଡର ଯୋଗାଇବାରେ ବିଫଳ ହୋଇଛନ୍ତି। ଗ୍ରାହକମାନେ ଏଜେନ୍ସିକୁ ପଚାରିଲେ, ‘କମ୍ପାନୀରୁ ଗ୍ୟାସ ଆସୁନାହିଁ’ କିମ୍ବା ‘କେବେ ଆସିବ କହିହେବ ନାହିଁ’ କହି ଦାୟିତ୍ୱ ଖଲାସ କରିଦେଉଛନ୍ତି। ସରକାରୀ ନିୟମ ଅନୁଯାୟୀ ୪୫ ଦିନ ମଧ୍ୟରେ ଗ୍ରାହକଙ୍କୁ ଗ୍ୟାସ ମିଳିବା କଥା, କିନ୍ତୁ ଏଠାରେ ୬୦ରୁ ୭୦ ଦିନ ବିତିଯାଇଥିଲେ ମଧ୍ୟ ଗ୍ୟାସ ମିଳୁ ନ ଥିବା ଅଭିଯୋଗ ହେଉଛି। କିଛି ଏଜେନ୍ସି ମାଲିକ ମଧ୍ୟ ଷ୍ଟକ ନ ଥିବା ଦର୍ଶାଇ ଗ୍ରାହକଙ୍କୁ ସିଧାସଳଖ ମନା କରିଦେଉଛନ୍ତି।

ସରକାର ଡବଲ ଇଞ୍ଜିନ ଶାସନରେ ଦ୍ରୁତ ବିକାଶର ଡିଣ୍ଡିମ ପିଟୁଥିବା ବେଳେ ଦୁର୍ଗମ ଅଞ୍ଚଳରେ ଇନ୍ଧନର ସଙ୍କଟ ସରକାରଙ୍କ ଯୋଜନାର ଅସଲ ମୁଖା ଖୋଲି ଦେଇଛି। ଘରେ ଘରେ ଗ୍ୟାସ ଯୋଗାଇବା ଦାବି ଏବେ ଥୁଆମୂଳ ରାମପୁର ବ୍ଲକରେ ପ୍ରହସନ ପାଲଟିଛି। ଯଦି ପର୍ଯ୍ୟାପ୍ତ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି, ତେବେ ଗ୍ରାହକମାନେ କାହିଁକି ଏଭଳି ସମସ୍ୟାର ସମ୍ମୁଖୀନ ହେଉଛନ୍ତି ବୋଲି ସାଧାରଣରେ ପ୍ରଶ୍ନ ଉଠିଛି।

ଗ୍ରୀଷ୍ମ ଋତୁରେ ଜାଳେଣି କାଠ ସଂଗ୍ରହ କରି ରୋଷେଇ କରିବା ସାଧାରଣ ଖାଉଟିଙ୍କ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି। ଏହି ଗ୍ୟାସ ସଙ୍କଟର ତୁରନ୍ତ ସମାଧାନ ପାଇଁ ସ୍ଥାନୀୟ ବୁଦ୍ଧିଜୀବୀ ଓ ଗ୍ରାହକମାନେ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଯଦି ଆଗାମୀ ଦିନରେ ଏଜେନ୍ସିମାନେ ସୁଧୁରିବେ ନାହିଁ ଏବଂ ଗ୍ୟାସ ଯୋଗାଣ ସ୍ବଭାବିକ ହେବ ନାହିଁ, ତେବେ ଉପଭୋକ୍ତାମାନେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri