ଶସ୍ତା ହେଲା ଗ୍ୟାସ ସିଲିଣ୍ଡର…

ନୂଆଦିଲ୍ଲୀ, ୧।୬ : ଦେଶରେ ଦର ଦାମ ବୃଦ୍ଧି ଯୋଗୁ ସଙ୍କଟ ସୃଷ୍ଟି ହୋଇଥିବାବେଳେ ଲୋକଙ୍କ ପାଇଁ ଖୁସି ଖବର ଆସିଛି। ଏଲପିଜି ସିଲିଣ୍ଡରର ଦାମ୍‌ରେ ବହୁତ ହ୍ରାସ ଘଟିଛି। ଜୁନ୍‌ ୧ ଠାରୁ କମର୍ସିଆଲ ଗ୍ୟାସ ସିଲିଣ୍ଡରର ଦାମ ସିଲିଣ୍ଡର ପିଛା ୧୩୫ ଟଙ୍କା ହ୍ରାସ କରାଯାଇଛି। ତୈଳ କମ୍ପାନୀଗୁଡିକ ୧୯ କିଲୋଗ୍ରାମ କମର୍ସିଆଲ ଗ୍ୟାସ ସିଲିଣ୍ଡରର ଦାମ୍‌ କମାଇଛନ୍ତି। କମର୍ସିଆଲ ଗ୍ୟାସ ସିଲିଣ୍ଡର ଦାମ୍‌ ଦିଲ୍ଲୀରେ ୨୨୧୯ ଟଙ୍କାରେ ଉପଲବ୍ଧ ହେବ। ପୂର୍ବରୁ ଏହା ୨୩୫୪ ଟଙ୍କା ଥିଲା। କୋଲକାତାରେ କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ଦାମ୍‌ ୨୩୨୨ ଟଙ୍କା, ମୁମ୍ବାଇରେ ୨୧୭୧.୫୦ ଟଙ୍କା ଏବଂ ଚେନ୍ନାଇରେ ୨୩୭୨ ଟଙ୍କାରେ ଉପଲବ୍ଧ ହେବ।

ଘରୋଇ ଗ୍ୟାସ ସିଲିଣ୍ଡର ଏବଂ କମର୍ସିଆଲ ଗ୍ୟାସ ସିଲିଣ୍ଡରର ଦାମ୍‌ ମେ ୧୯ ରେ ବୃଦ୍ଧି କରାଯାଇଥିଲା। ମେ ମାସରେ ଗ୍ୟାସ ସିଲିଣ୍ଡରର ମୂଲ୍ୟ ଦୁଇଥର ବୃଦ୍ଧି ହୋଇଥିଲା। ମେ’ରେ୧୪ କିଲୋଗ୍ରାମ ଘରୋଇ ଗ୍ୟାସ ସିଲିଣ୍ଡରର ସହିତ ୧୯ କିଲୋଗ୍ରାମ କମର୍ସିଆଲ ଗ୍ୟାସ ସିଲିଣ୍ଡରର ଦାମ୍‌ ବଢ଼ିବା ପରେ ଆଶା କରାଯାଉଥିଲା ଜୁନ ୧ ରେ ତୈଳ କମ୍ପାନୀ ଗ୍ୟାସ ସିଲିଣ୍ଡରର ଦାମ୍‌ରେ ସଂଶୋଧନ କରିବେ। ତୈଳ କମ୍ପାନୀଗୁଡିକ ମାସରେ ଦୁଇଥର ଏଲପିଜି ଗ୍ୟାସ ସିଲିଣ୍ଡରର ଦାମ୍‌ ସଂଶୋଧନ କରିଥାନ୍ତି। ପ୍ରଥମ ସଂଶୋଧନ ମାସ ଆରମ୍ଭରେ ହେଉଥିବାବେଳେ ଦ୍ୱିତୀୟ ସଂଶୋଧନ ମାସର ମଧ୍ୟଭାଗରେ ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri