ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ ଅଳ୍ପକେ ବର୍ତିଲେ ଦୁଷ୍ମନ୍ତ ସାହୁଙ୍କ ପରିବାର।
ଘଟଣାରୁ ପ୍ରକାଶ ଯେ, ପ୍ରତିଦିନ ଭଳି ଆଜି ମଧ୍ୟ ଦୁଷ୍ମନ୍ତଙ୍କ ସ୍ତ୍ରୀ ନିଜ ନିତ୍ୟକର୍ମ ସାରି ରୋଷେଇ ଘରେ ଗ୍ୟାସ୍‌ ମାଧ୍ୟମରେ ରୋଷେଇ କରୁଥିବା ସମୟରେ ହଠାତ ଚୁଲାରୁ ଗ୍ୟାସ ସିଲିଣ୍ଡରକୁ ସଂଯୋଗ କରୁଥିବା ପାଇପ୍‌ରେ ନିଆଁ ଲାଗିଯିବାରୁ ନିଆଁ ଦେଖି ଭୟଭୀତ ହୋଇ ଦୁଷ୍ମନ୍ତଙ୍କ ସ୍ତ୍ରୀ ଚିତ୍କାର କରି ବାହାରକୁ ଦୌଡ଼ି ଆସିଥିଲେ। ଚିତ୍କାର ଶୁଣି ପାଖ ପଡ଼ିଶାର ଲୋକମାନେ ଘର ଆଗରେ ଜମା ହବା ସହ ତୁମୁଡିବନ୍ଧ ଅଗ୍ନିଶମ ବାହିନୀକୁ ଫୋନ୍‌ କରିଥିଲେ। ଖବର ପାଇବା ମାତ୍ରେ ଅଗ୍ନିଶମ ବାହିନୀ ସାହୁଙ୍କ ଘରେ ପହଞ୍ଚିବା ପୂର୍ବରୁ ଗ୍ୟାସ ହାଣ୍ଡିଟି ଫାଟିଯିବାର ଶବ୍ଦ ଶୁଣାଗଲା। ଉପସ୍ଥିତ ଅଗ୍ନିଶମ ବାହିନୀ ଅବିଳମ୍ବେ ଘରେ ପଶି ନିଆଁ ଲିଭାଇବା ଆରମ୍ଭ କରିଥିଲେ। ପ୍ରାୟ ୧ ଘଣ୍ଟା ଧରି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିବା ପରେ ନିଆଁକୁ ଆୟତ୍ତ କରିଥିଲେ। ଏହା ପରେ ପରିବାର ଲୋକଙ୍କୁ ବାହାରକୁ ଯିବାକୁ କହି କ୍ଷତିଗ୍ରସ୍ତ ହୋଇଥିବା ଆସବାବପତ୍ର ଉଦ୍ଧାର କରିଥିଲେ। ରୋଷେଇ ଘରର ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଫଳରେ ଘରର ଗୋଟିଏ କାନ୍ଥ ଭୁଶୁଡ଼ି ପଡ଼ିବା ସହ ଘରର ଅନେକ ଜାଗାରେ ଫାଟ ହୋଇଥିବା ଦେଖିବାକୁ ମିଳିଛି। କିନ୍ତୁ ଗ୍ୟାସ୍‌ ସିଲିଣ୍ଡର କିଭଳି ଫାଟିଲା ଏବଂ ସେହି ଗ୍ୟାସ୍‌ ସିଲିଣ୍ଡରର ଏକ୍ସପାଏରୀ ଡେଟ୍‌ କ’ଣ ଥିଲା ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡ଼ିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri