ସୁନାଥରରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣା: ଭୁବନେଶ୍ୱର ସ୍ଥାନାନ୍ତର ହେଲେ ଦୁଇ ଗୁରୁତର

ପୁରୁଷୋତ୍ତମପୁର,୧୧ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ରବିବାର ସନ୍ଧ୍ୟାରେ ରୋଷେଇ ପାଇଁ ଗ୍ୟାସ୍‌ ଲଗାଇବା ବେଳେ ହଠାତ୍‌ ସିଲିଣ୍ଡରଟି ବିସ୍ଫୋରଣ ହୋଇ ଘରର ଟିଣ ଉଡ଼ିଯିବା ସହ ନିଆଁ ଲାଗି ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଦୁଇ ମହିଳା ଦୁଇଶିଶୁଙ୍କ ସମେତ ୬ ଜଣ ଆହତ ହୋଇଥିଲେ। ଆହତମାନେ ହେଲେ ଶୋଭା ନାହାକ (୬୫) ପ୍ରସନ୍ନ ନାହାକ (୩୫), କୀର୍ତ୍ତନ ନାହାକ (୭୦), ପାଣ୍ଡା ନାହାକ(୪) ଓ ଖୁସି ନାହାକ (ଦେଢ଼ ବର୍ଷ)। ସମସ୍ତ ଆହତଙ୍କୁ ଚିକିତ୍ସା ଲାଗି ପ୍ରଥମେ ଭାଟକୁମରଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ସେଠାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। ଖବରପାଇ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନଙ୍କ ନିର୍ଦ୍ଦେଶ ଅନୁଯାୟୀ, ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ବ୍ରହ୍ମପୁର ବଡ଼ ମେଡିକାଲକୁ ଯାଇ ରାତି ତମାମ ସ୍ବାସ୍ଥ୍ୟକେନ୍ଦ୍ରରେ ରହି ଆହତଙ୍କ ଚିକିତ୍ସାର ତଦାରଖ କରିବା ସହ ରେଡକ୍ରସରୁ ୪୦ ହଜାର ଟଙ୍କା ପ୍ରଦାନ କରିଥିଲେ। ଚିକିତ୍ସାବେଳେ ଶୋଭା ଓ ପ୍ରସନ୍ନଙ୍କ ଅବସ୍ଥା ଗୁରୁତର ହେବାରୁ ସଙ୍ଗେସଙ୍ଗେ ରାତିରେ ହିଁ ପ୍ରଶାସନ ପକ୍ଷରୁ ଦୁଇଜଣଙ୍କୁ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି। ସମସ୍ତ ଆହତଙ୍କ ଚିକିତ୍ସା ଉପରେ ପ୍ରଶାସନ ସମ୍ପୂର୍ଣ୍ଣ ନଜର ରଖିଥିବା ତହସିଲଦାର ବିନୋଦ କୁମାର ବେହେରା କହିଛନ୍ତି।

ସୂଚନାଯୋଗ୍ୟ, କୀର୍ତ୍ତନଙ୍କ ଘରେ ରୋଷେଇ ପାଇଁ ଥିବା ଗ୍ୟାସ୍‌ଟିକୁ ଲଗାଇ ଦେବା ଲାଗି ସେହି ଗ୍ରାମର ସମ୍ପର୍କୀୟ ପ୍ରସନ୍ନଙ୍କୁ ଡାକିଥିଲେ। ସେ ଗ୍ୟାସ୍‌ ଲଗାଇବାବେଳେ ତାହା ହଠାତ୍‌ ଫାଟିଯାଇ ଘରସାରା ଜଳିଉଠିଥିଲା। ଏଥିରେ ସମସ୍ତେ ପୋଡ଼ିଯାଇ ଆହତ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri