ସ୍ପଞ୍ଜ ଆଇରନ କାରଖାନାରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ଜଣେ ମୃତ, ୩ ଆହତ

ଝାରସୁଗୁଡ଼ା ଅଫିସ,୨୭ା୧: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ରଘୁନାଥପାଲିସ୍ଥିତ ଜୟ ହନୁମାନ ଉଦ୍ୟୋଗ ଲିମିଟେଡ ନାମକ ସ୍ପଞ୍ଜ ଆଇରନ କାରଖାନାରେ ବୁଧବାର ଭୋର ସମୟରେ ସିଲିଣ୍ଡର ବିସ୍ଫୋରଣ ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଏକ ଘରୋଇ ସୁରକ୍ଷା ସଂସ୍ଥାର ସୁପରଭାଇଜର ଶୈଳେଶ କୁମାର ସାହୁ(୨୯)। ତାଙ୍କ ଘର ବୌଦ୍ଧ ଜିଲା ସରସରାରେ। ଆହତ ୩ ଜଣଙ୍କ ମଧ୍ୟରେ ସୁରକ୍ଷାକର୍ମୀ ଶରତ ଭଇଁଷା(୩୨), ମୟକାନ୍ତ ଗୌଡ଼(୩୦) ଓ କର୍ମଚାରୀ ପ୍ରଦ୍ୟୁମ୍ନ ବାରିକ୍‌(୩୦)ବୋଲି ଜଣାପଡ଼ିଛି । ଏମାନଙ୍କ ମଧ୍ୟରୁ ମୟକାନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଅନ୍ୟ ଆହତ ୨ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖବର ପାଇ କୋଲାବିରା ପୋଲିସ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏନେଇ ପୋଲିସ କୋଲାବିରା ଥାନା କେସ୍‌ ନଂ ୧୨/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri