ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଘରେ ଘଟିଲା ଅଘଟଣ : ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ, ୨ ଗୁରୁତର

ବାଲିଗୁଡ଼ା,୨।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ବାରଖମା ଫାଣ୍ଡି ସୁଡ୍ରା ଗ୍ରାମରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଏଥିରେ ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ ହୋଇଥିବାବେଳେ ଦୁଇ ପୁଅ ଗୁରୁତର ହୋଇ ବାଲିଗୁଡା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଘଟଣାରୁ ପ୍ରକାଶ ଯେ, କାଳବୈଶାଖୀ ଯୋଗୁ ବିଭିନ୍ନ ଅଞ୍ଚଳରେ ଦୁଇ ଦିନ ହେବ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହୋଇଯାଇଥିବାରୁ ସବୁ ଆଡେ ଅନ୍ଧାର ଥିଲା । ଏଣୁ ଶୁକ୍ରବାର ରାତିରେ ବାରଖମା ଫାଣ୍ଡି ସୁଡ୍ରା ଗ୍ରାମର ସୁବାଷ ଚନ୍ଦ୍ର ସାହୁଙ୍କ ଘରେ କ୍ୟାଣ୍ଡେଲ ଜଳି ରହିଥିବାବେଳେ କୌଣସି କାରଣବସତଃ ନିଆ ଲାଗି ଘରେ ଅଗ୍ନିକାଣ୍ଡ ଘଟିଥିଲା। ଏହାରି ଭିତରେ ଘରେ ଗ୍ୟାସ ସିଲିଣ୍ଡର ରହିଥିବାରୁ ଅଧିକ ଜାଳି କ୍ଷୟ କ୍ଷତି ଘଟିଥିଲା। ଘରେ ରହିଥିବା ବୃଦ୍ଧା ନାରଚୁ ସାହୁ (୬୦) ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ଚାରି ପୁଅଙ୍କ ମଧ୍ୟରୁ ଦୁଇ ପୁଅ ଅଗ୍ନି ସ୍ପର୍ଶରେ ଆସି ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ବାଲିଗୁଡ଼ା ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?