Posted inଜାତୀୟ

୪୫୦ ଟଙ୍କାରେ ଗ୍ୟାସ ସିଲିଣ୍ଡର…

ଜୟପୁର,୨୩।୧୨ : ରାଜସ୍ଥାନର ଉଜ୍ୱଳା ଯୋଜନାର ହିତାଧିକାରୀମାନେ ଖୁବ ଶୀଘ୍ର ଘରୋଇ ଗ୍ୟାସ ସିଲିଣ୍ଡର ୪୫୦ ଟଙ୍କା ପାଇବେ। ନିକଟରେ ରାଜ୍ୟସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ବିଭାଗର ରାଷ୍ଟ୍ର ମନ୍ତ୍ରୀ ରାମେଶ୍ୱର ତେଲି କହିଛନ୍ତି ୪୫୦ଟଙ୍କାରେ ଗ୍ୟାସ ସିଲିଣ୍ଡର ଯୋଗାଇବା ପାଇଁ କେନ୍ଦ୍ର ସରକାରଙ୍କର କୌଣସି ଯୋଜନା ରହିଛି କି ବୋଲି ପ୍ରଶ୍ନ କରିଛନ୍ତି। ଏଭଳି ଉତ୍ତର ପରେ ଭାଜପା ନିଜର ନିର୍ବାଚନୀ ଇସ୍ତାହାରରେ ଦେଇଥିବା ପ୍ରତିଶ୍ରୁତି ପାଳନ କରିବ କି ନାହିଁ ସେନେଇ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଥିଲା। ବର୍ତ୍ତମାନ ରାଜ୍ୟ ସରକାର ଏହି ସନ୍ଦେହ ଦୂର କରି କହିଛନ୍ତି ଭାଜପା ସରକାର ନିର୍ବାଚନୀ ଇସ୍ତାହାରର ପ୍ରତ୍ୟେକ ପ୍ରତିଶ୍ରୁତି ପୂରଣ କରିବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଯୋଜନା ପ୍ରସ୍ତୁତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଉଜ୍ୱଳା ଯୋଜନାର ହିତାଧିକାରୀଙ୍କୁ କେନ୍ଦ୍ର ସରକାର ଘରୋଇ ଗ୍ୟାସ ସିଲିଣ୍ଡର ୬୦୦ଟଙ୍କାରେ ଦେଉଛନ୍ତି। ଏହି ଯୋଜନାର ହିତାଧିକାରୀଙ୍କୁ କେନ୍ଦ୍ର ସରକାର ଏହାଠାରୁ ଅଧିକ ରିହାତି ଦେବେ ନାହିଁ। ରାଜସ୍ଥାନରେ ଭାଜପା ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ପାଇଁ ଭଜନ ଲାଲ ସରକାରଙ୍କୁ  ନିଜ ପକେଟରୁ ଗ୍ୟାସ ସିଲିଣ୍ଡର ପିଛା  ୧୫୦ ଟଙ୍କା ଦେବାକୁ ପଡିବ। ରାଜ୍ୟର ପ୍ରାୟ ୭୦ ଲକ୍ଷ ପରିବାର ଉଜ୍ୱଳା ଯୋଜନା ସହିତ ସଂଯୁକ୍ତ। ରାଜ୍ୟ ସରକାର ନିଜର ଆକାଉଣ୍ଟରୁ ଏସବୁ ହିତାଧିକାରୀଙ୍କୁ ଗ୍ୟାସ ସିଲିଣ୍ଡର ପିଛା ୧୫୦ଟଙ୍କା ଅଧିକ ସବସିଡ ଦେବେ। ଏହା ଦ୍ୱାରା ରାଜ୍ୟ ସରକାରଙ୍କ ଉପରେ ୧୦୫ କୋଟି ଟଙ୍କାର ଅତିରିକ୍ତ ଖର୍ଚ୍ଚ ର ବୋଝ ପଡିବ।

ଏହି ପ୍ରତିଶ୍ରୁତି ପୂରଣ କରିବା ପାଇଁ ସବସିଡି ରାଶି ଭଜନଲାଲ ସରକାରଙ୍କ ଦ୍ୱାରା ଡିବିଟି(ଡାଇରେକ୍ଟ ବେନିଫିଟି ଟ୍ରାନ୍ସଫର) ମାଧ୍ୟମରେ ହିତାଧିକାରୀଙ୍କୁ ହସ୍ତାନ୍ତର କରାଯିବ। ଗ୍ୟାସ ସିଲିଣ୍ଡର ନେବାବେଳେ ହିତାଧିକାରୀଙ୍କୁ ସମ୍ପୂର୍ଣ୍ଣ ଟଙ୍କା ଦେବାକୁ ପଡିବ। ସବସିଡି ଟଙ୍କା ପରେ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ହସ୍ତାନ୍ତର କରାଯିବ। କେନ୍ଦ୍ର ସରକାର ଯେପରି କିଷାନ ସମ୍ମାନ ନିଧି ରାଶିକୁ ସିଧାସଳଖ କୃଷକଙ୍କ ଆକାଉଣ୍ଟକୁ ସ୍ଥାନାନ୍ତର କରୁଛନ୍ତି ସେହିଭଳି ଭଜନ ଲାଲ ସରକାର ମଧ୍ୟ ସବସିଡି ରାଶି ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ସ୍ଥାନାନ୍ତର କରିବେ। ତେବେ, ୪୫୦ ଟଙ୍କା ପାଇଁ କେବେ ଗ୍ୟାସ ସିଲିଣ୍ଡର ଉପଲବ୍ଧ ହେବ? ଏହା ସ୍ଥିର ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri