Posted inଜାତୀୟ

ସରକାରୀ ମେଡିକାଲ କଲେଜରେ ଗ୍ୟାସ୍‌ ଲିକ୍‌, ନିଃଶ୍ୱାସ ନେଇ ନ ପାରି ରୋଗୀ…

ଲକ୍ଷ୍ନୌ,୨୫ା୫: ଉତ୍ତରପ୍ରଦେଶର ଶାହଜାହାନପୁରର ସରକାରୀ ମେଡିକାଲ କଲେଜରେ ଗ୍ୟାସ୍‌ ଲିକ୍‌ ଯୋଗୁ ରୋଗୀମାନଙ୍କୁ ତୁରନ୍ତ ଓ୍ବାର୍ଡରୁ ବାହାରକୁ ନିଆଯାଇଥିଲା।

ସୂଚନା ଅନୁଯାୟୀ, ଗ୍ୟାସ ଲିକ୍‌ ଯୋଗୁ ଲୋକମାନେ ନିଃଶ୍ୱାସ ନେବାରେ ଅସୁବିଧା ଭୋଗ କରିଥିଲେ। ଗ୍ୟାସ୍‌ ଲିକ୍‌ ସମ୍ପର୍କରେ ସୂଚନା ପାଇବା ପରେ, ଅଗ୍ନିଶମ ବାହିନୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅପରେଶନ ଥିଏଟରରୁ ଗ୍ୟାସ୍‌ ଲିକ୍‌ ହେବା ପରେ ସେଠାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା।

ଗ୍ୟାସ ଲିକ୍‌ ଯୋଗୁ ଯେତେବେଳେ ଭର୍ତ୍ତି ହୋଇଥିବା ରୋଗୀମାନଙ୍କୁ ନିଃଶ୍ୱାସ ନେବାରେ ଅସୁବିଧା ହେଲା, ସେମାନଙ୍କ ସମ୍ପର୍କୀୟମାନେ ରୋଗୀମାନଙ୍କୁ ବାହାରକୁ ନେଇ ଦୌଡ଼ିବାକୁ ଲାଗିଲେ। ଯାହା ଯୋଗୁ ମେଡିକାଲ କଲେଜରେ ଉତ୍ତେଜନାମୂଳକ ପରିବେଶ ସୃଷ୍ଟି ହୋଇଥିଲା। ମେଡିକାଲ କଲେଜର ପ୍ରିନ୍ସିପାଲ ଡାକ୍ତର ରାଜେଶ କୁମାର କହିଛନ୍ତି, ଟ୍ରମା ସେଣ୍ଟରରେ ଥିବା ଓଟିରୁ ପର୍ମାଲାଇନ ଗନ୍ଧ ଆସୁଥିବାରୁ ରୋଗୀମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ସେ କହିଛନ୍ତି, ଗ୍ୟାସ୍‌ ଲିକ୍‌ ବିଷୟରେ ସୂଚନା ପାଇବା ପରେ, ରୋଗୀଙ୍କ ସହ କର୍ମଚାରୀମାନେ ରୋଗୀମାନଙ୍କୁ ନେଇ ଦୌଡ଼ିବା ଆରମ୍ଭ କରିଥିଲେ, ଯାହା ଫଳରେ ଘଟଣାସ୍ଥଳରେ ଆତଙ୍କ ଖେଳିଯାଇଥିଲା। ତଥାପି ପରିସ୍ଥିତି ସ୍ବାଭାବିକ ଅଛି ଏବଂ ସମସ୍ତ ରୋଗୀଙ୍କୁ ମେଡିକାଲ କଲେଜକୁ ଫେରାଇ ନିଆଯାଉଛି। ଏହି ଘଟଣାଟି କୋତଓ୍ବାଲି ଥାନା ଅଞ୍ଚଳରେ ଅବସ୍ଥିତ ପଣ୍ଡିତ ରାମ ପ୍ରସାଦ ବିସ୍‌ମିଲ ସ୍ବୟଂଶାସିତ ରାଜ୍ୟ ମେଡିକାଲ କଲେଜରେ ଘଟିଛି।

ଜିଲାପାଳ ଧର୍ମେନ୍ଦ୍ର ପ୍ରତାପ ସିଂହ ଘଟଣାର ସତ୍ୟାସତ୍ୟ ପ୍ରମାଣ କରି କହିଛନ୍ତି ଯେ, ଅପରେଶନ ଥିଏଟର (ଓଟି)ରୁ ଗ୍ୟାସ୍‌ ଲିକ୍‌ ହୋଇଥିଲା। ଘଟଣା ବିଷୟରେ ସୂଚନା ସଂଗ୍ରହ କରାଯାଉଛି। ଏହି ଘଟଣାରେ କୌଣସି ଜୀବନହାନି ହୋଇନାହିଁ ବୋଲି ସେ କହିଛନ୍ତି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି, ପରିସ୍ଥିତି ନିୟନ୍ତ୍ରଣରେ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?