ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେତେ ବଢ଼ିଲା…

ନୂଆଦିଲ୍ଲୀ,୧ା୯:  ନୂଆ ମାସର ପ୍ରଥମ ଦିନରେ ସାଧାରଣ ଲୋକମାନେ ମୁଦ୍ରାସ୍ଫୀତିର ଏକ ନୂଆ ଝଟ୍‌କା ଟକା ପାଇଛନ୍ତି। ସରକାରୀ ତୈଳ ଏବଂ ଗ୍ୟାସ୍‌ ମାର୍କେଟିଂ କମ୍ପାନୀଗୁଡ଼ିକ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧ରୁ ପରିବର୍ତ୍ତନ କରିଛନ୍ତି। ଏହି ପରିବର୍ତ୍ତନ ପରେ ୧୯ କେଜି କମର୍ସିଆଲ ସିଲିଣ୍ଡର ମହଙ୍ଗା ହୋଇଛି। ତେବେ ଖୁସିର କଥା କି ଘରୋଇ ଗ୍ୟାସ୍‌ ସିଲିଣ୍ଡରର ମୂଲ୍ୟରେ କୌଣସି ବି ପରିବର୍ତ୍ତନ ହୋଇନାହିଁ।

ଦିଲ୍ଲୀରେ ୧୯ କେଜି ଗ୍ୟାସ୍‌ ସିଲିଣ୍ଡର ଦର ୧୬୯୧.୫୦ ପଇସାକୁ ବୃଦ୍ଧି ହୋଇଛି। ସିଲିଣ୍ଡିର ପିଛା ୩୯ ଟଙ୍କା ବଢ଼ିଛି। ଏହାପୂର୍ବରୁ ଅଗଷ୍ଟ ମାସରେ ମଧ୍ୟ ୧୯ କିଲୋଗ୍ରାମ କମର୍ସିଆଲ ବା ବ୍ୟବସାୟିକ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ୮-୯ ଟଙ୍କା ବୃଦ୍ଧି କରାଯାଇଥିଲା। ଅର୍ଥାତ୍‌ କ୍ରମାଗତ ଦ୍ୱିତୀୟ ମାସ ପାଇଁ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରାଯାଇଛି।

ଦର ବୃଦ୍ଧି ପରେ ଆଜିଠାରୁ କୋଲକାତାରେ ୧୮୦୨.୫୦ ପଇସାରେ ଗ୍ୟାସ୍‌ ସିଲିଣ୍ଡର ଉପଲବ୍ଧ ହେବ। ସେହିପରି ମୁମ୍ବାଇର ଲୋକଙ୍କୁ ବର୍ତ୍ତମାନ ଏହି ବଡ଼ ସିଲିଣ୍ଡର ପାଇଁ ୧୬୪୪ ଟଙ୍କା ଦେବାକୁ ପଡ଼ିବ ଏବଂ ଚେନ୍ନାଇରେ ଏହାର ମୂଲ୍ୟ ବର୍ତ୍ତମାନ ୧୮୫୫ ଟଙ୍କାରେ ବିକ୍ରି ହେବ।

ସୂଚନାଯୋଗ୍ୟ, ମାର୍ଚ୍ଚରୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ସେତେବେଳେ ମହିଳା ଦିବସ ୮ ମାର୍ଚ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ୧୦୦ ଟଙ୍କା ହ୍ରାସ କରିବାକୁ ଘୋଷଣା କରିଥିଲେ। ଏହାର ଗୋଟିଏ ଦିନ ପୂର୍ବରୁ ୭ ମାର୍ଚ୍ଚରେ ମୋଦି ସରକାର ଏଲ୍‌ପିଜି ସିଲିଣ୍ଡର ପ୍ରସଙ୍ଗରେ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଥିଲେ। ତା’ପରେ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାର ହିତାଧିକାରୀଙ୍କୁ ୩୦୦ ଟଙ୍କା ସବ୍‌ସିଡି ଦେବାକୁ କ୍ୟାବିନେଟ୍‌ ଘୋଷଣା କରିଥିଲେ। ସେବେଠାରୁ ୧୪ କିଲୋଗ୍ରାମ ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri