ଗ୍ୟାସ୍‌ ଦର ବୃଦ୍ଧି ହାଣ୍ଡିଶାଳକୁ ମହଙ୍ଗା ମାଡ଼: କଂଗ୍ରେସ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ବିଜେଡି ଏବଂ କେନ୍ଦ୍ରରେ ଭାଜପା ସରକାର ସାଧାରଣ ଜନତାଙ୍କୁ ମିଛ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଚାଲିଛନ୍ତି। ଗତ ୨ ବର୍ଷରେ କରୋନା ଯୋଗୁ ସାଧାରଣ ଜନତାଙ୍କ ଆର୍ଥିକ ସ୍ଥିତି ଦୁର୍ବଳ ହୋଇପଡ଼ିଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ସେମାନଙ୍କ ପାଇଁ ବେଡ଼ି ଉପରେ କୋରଡ଼ା ସଦୃଶ ହୋଇଛି। ୨୦୧୪ କଂଗ୍ରେସ ସରକାର ସମୟରେ ଘରୋଇ ସିଲିଣ୍ଡର ପିଛା ୪୧୪ ଟଙ୍କା ଥିବାବେଳେ ଗତ ୯ ବର୍ଷ ମଧ୍ୟରେ ବର୍ତ୍ତମାନ ଘରୋଇ ସିଲିଣ୍ଡର ୧୧ ଶହ ଟଙ୍କାରେ ପହଞ୍ଚିଲାଣି। କେନ୍ଦ୍ର ସରକାର ଗତ ଜୁଲାଇ ୬ରେ ଏଲ୍‌ପିଜି ଗ୍ୟାସ ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି କରିଛନ୍ତି। ଗତ ଜୁଲାଇ ୨୦୨୧ ପରଠାରୁ ଏପର୍ଯ୍ୟନ୍ତ ବର୍ଷକ ମଧ୍ୟରେ କେନ୍ଦ୍ର ସରକାର ସିଲିଣ୍ଡର ପିଛା ୨୧୮ ଟଙ୍କା ବୃଦ୍ଧି କରିଛନ୍ତି। ଜୁଲାଇ ୨୦୨୧ରେ ୧୪.୨ କେଜି ସିଲିଣ୍ଡରକୁ ୮୩୫ ଟଙ୍କା ଥିବାବେଳେ ବର୍ତ୍ତମାନ ତାହା ୧୦୫୩ ଟଙ୍କାକୁ ବୃଦ୍ଧି ହୋଇଥିବା କହି କଂଗ୍ରେସ ଏହାକୁ ବିରୋଧ କରୁଛି। କେନ୍ଦ୍ରର ଏହି ନିଷ୍ପତ୍ତିକୁ ବିରୋଧ କରି ଭୁବନେଶ୍ୱର ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ଗୀତାଞ୍ଜଳି ମହାନ୍ତିଙ୍କ ନେତୃତ୍ୱରେ ମାଷ୍ଟରକ୍ୟାଣ୍ଟିନ ଛକଠାରେ ସୋମବାର ଏକ ବିକ୍ଷୋଭ ରାଲି କରାଯାଇଛି। ଉଭୟ ସରକାରଙ୍କୁ ସମାଲୋଚନା କରି ଗୀତାଞ୍ଜଳି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୱାର୍ଡ ମେମ୍ବରଠାରୁ ରାଷ୍ଟ୍ରପତି ନିର୍ବାଚନ ପର୍ଯ୍ୟନ୍ତ ମା’ ଓ ଭଉଣୀ କହି ମହିଳା କାର୍ଡ଼ ଖେଳି ନିର୍ବାଚନ ବୈତରଣୀ ପାର ହୁଅନ୍ତି। ପ୍ରଧାନମନ୍ତ୍ରୀ ମହିଳାମାନଙ୍କ ଆଖିରୁ ଲୁହ ପୋଛିବା ପାଇଁ ଉଜ୍ଜ୍ୱଳା ଯୋଜନା ଘୋଷଣା କରିଥିଲେ। କିନ୍ତୁ ଏବେ ୧୧୦୦ ଟଙ୍କାରେ ଗ୍ୟାସ ଦର ପହଞ୍ଚାଇ ଗୃହିଣୀଙ୍କ ପ୍ରତି ମୋଦି ସରକାର ବିଶ୍ୱାସଘାତ ଓ ପ୍ରତାରଣା କରିଛନ୍ତି। ମହିଳାମାନେ ଆଗାମୀ ଦିନରେ ନିର୍ବାଚନ ସମୟରେ ଉଚିତ ଜବାବ ଦେବେ ବୋଲି ସେ କହିଛନ୍ତି। ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଜିଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶ ଯୋଗଦେଇ କହିଛନ୍ତି, କେବଳ ଗ୍ୟାସ ନୁହଁ ପେଟ୍ରୋଲ, ଡିଜେଲ ଓ ଖାଦ୍ୟ ସାମଗ୍ରୀ ଅହେତୁକ ଦରଦାମ ବୃଦ୍ଧି ଯୋଗୁ ଜନସାଧାରଣ ବହୁ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଏଣୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଜନବିରୋଧୀ ବୋଲି ବିଶ୍ୱଜିତ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?