ଗ୍ୟାସ ଟ୍ୟାଙ୍କର ବିସ୍ଫୋରଣ: ୯ ଜୀବନ୍ତ ଦଗ୍ଧ…

କେପଟାଉନ,୨୪।୧୨ : ଦକ୍ଷିଣ ଆଫ୍ରିକାର ବକ୍ସବର୍ଗ ସହରରେ ରେଳ ବ୍ରିଜ ତଳେ ଫସି ରହିଥିବା ଏକ ଗ୍ୟାସ ଟ୍ୟାଙ୍କର ଶନିବାର ବିସ୍ଫୋରଣ ଘଟି ଏଥିରେ ଦୁଇଜଣ ଅଗ୍ନିଶମ କର୍ମଚାରୀଙ୍କ ସମେତ ନଅ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଏହି ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି।

ଏକୁରୁହୁଲେନି ଜରୁରୀକାଳୀନ ସେବା ପରିଚାଳନା ସେବା (ଇଏମଏସ) ର ମୁଖପାତ୍ର ୱିଲିୟମ ନାଟାଲାଡି କହିଛନ୍ତି ଯେ ଏହି ଘଟଣାରେ ଏକ ଡାକ୍ତରଖାନା ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ମୁଖପାତ୍ରଙ୍କ ଅନୁଯାୟୀ ୬ଜଣ ଅଗ୍ନିଶମ ବିଭାଗର ଆହତ କର୍ମଚାରୀଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁସାରେ, ଗ୍ୟାସ ଟ୍ୟାଙ୍କର ବିସ୍ଫୋରଣ ହେବାପରେ ଅଗ୍ନିଶମ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଥିଲେ।

ସେ ସ୍ଥାନୀୟ ଗଣମାଧ୍ୟମକୁ କହିଛନ୍ତି ଯେ ବିସ୍ଫୋରଣ ସ୍ଥାନ ନିକଟରେ ଥିବା ଡାକ୍ତରଖାନା ବାହାରେ ଘାସ ଉପରେ ବସିଥିବା ଲୋକମାନେ ଜୀବନ୍ତ ଜଳିଯାଇଛନ୍ତି। ଅନେକ ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ନିଆଯାଇଛି। ବିସ୍ଫୋରଣରେ ଆହତଙ୍କ ପ୍ରକୃତ ସଂଖ୍ୟା ଏପର୍ଯ୍ୟନ୍ତ ଅଧିକାରୀମାନେ ଦେଇନାହାଁନ୍ତି। ଏହି ସମୟରେ ସୋସିଆଲ ମିଡିଆରେ ଏହି ଘଟଣାର ଖବର ଭାଇରାଲ ହେବାପରେ ପରିବାରର ସଦସ୍ୟମାନେ ନିଜ ପ୍ରିୟଜନଙ୍କ ପାଇଁ ହସ୍ପିଟାଲରେ ପହଞ୍ଚିଥିଲେ। ଫୋରେନ୍ସିକ ବିଶେଷଜ୍ଞମାନେ ଉକ୍ତ ଅଞ୍ଚଳରେ ତଦନ୍ତ କରୁଥିବାରୁ ସେମାନଙ୍କୁ ଭିତରକୁ ଅନୁମତି ଦିଆଯାଇନଥିଲା।

ଜଣେ ଇଏସଏସ ମୁଖପାତ୍ର କହିଛନ୍ତି ଯେ ଏହି ଘଟଣାରେ ରେଳ ବ୍ରିଜ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି ଏବଂ ନିକଟସ୍ଥ ଦୁଇଟି ଘର ମଧ୍ୟ ନଷ୍ଟ ହୋଇଯାଇଛି। ସେ କହିଛନ୍ତି, ବ୍ରିଜର ଉଭୟ ପାର୍ଶ୍ୱରୁ ନିଆଁର ତାପମାତ୍ରାରେ କଂକ୍ରିଟ ଷ୍ଟିଲ ରଡ଼ ଗୁଡିକ ବଙ୍କା ହୋଇଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri