ସାଲୁର୍‌ ଘାଟିରେ ଗ୍ୟାସ ଟ୍ୟାଙ୍କର ଦୁର୍ଘଟଣା: ଦୀର୍ଘ ସମୟ ଧରି ରାସ୍ତା ଜାମ

ପଟ୍ଟାଙ୍ଗି,୨୨।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସୀମାନ୍ତ ସାଲୁର୍‌ ଘାଟିରେ ଏକ ଗ୍ୟାସ ଟ୍ୟାଙ୍କର ଓଲଟି ପଡିବା ଫଳରେ ଉଭୟ ଆନ୍ଧ୍ର ଓଡ଼ିଶାର କୋରାପୁଟ ଅଭିମୁଖେ ଆସିଥିବା ରାସ୍ତା ଜାମ ରହିଥିବା ବେଳେ ଅନେକ ଗାଡ଼ି ଅଟକି ରହିଛି । ସୂଚନା ମୁତାବକ ପଡୋଶୀ ଆନ୍ଧ୍ର ରାଜ୍ୟର ପାସପେଣ୍ଡା ବ୍ଲକ ଅଧୀନ ରୋଡାବାଲସା ଗ୍ରାମ ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଗ୍ୟାସ ବୋଝେଇ ଟ୍ୟାଙ୍କର କୋରାପୁଟ ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଉକ୍ତ ସ୍ଥାନ ବା ସାଲୁର୍‌ ଘାଟିରେ ଦୁର୍ଘଟଣା ହୋଇଥିଲା । ଏହି ସମୟରେ ଖବର ପାଇ ଆନ୍ଧ୍ର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ପାର୍ଶ୍ୱରେ ଦୀର୍ଘ ୩ ଘଣ୍ଟା କାଳ ଅଟକି ରହିଥିବା ଗାଡ଼ି ଗୁଡ଼ିକକୁ ଯାତାୟାତ କରିବାରେ ସହଯୋଗ କରିଥିଲେ । ମାତ୍ର ବୁଧବାର ପୁଣିଥରେ ଦୁର୍ଘଟଣାସ୍ଥଳେ ଉକ୍ତ ରାଜ୍ୟର ପୋଲିସ ପହଞ୍ଚି ଚାରୋଟି କ୍ରେନ୍‌ ସହାୟତାରେ ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରଟିକୁ ଉଠାଇ ପ୍ରଚେଷ୍ଟା ଆରମ୍ଭ କରିଥିବା ଯୋଗୁ ବର୍ତ୍ତମାନ ସାଲୁର୍‌ ଘାଟି ଦେଇ କୈଣସି ଗାଡ଼ି ଚଳାଚଳ ହେଉନାହିଁ । ଫଳରେ ଦୀଘ ସମୟ ଧରିି ରାସ୍ତା ଜାମ ରହିଥିବା ବେଳେ ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଠାରୁ ଆରମ୍ଭ କରି କାର, ବସ୍‌ ଅଟକି ରହିଛି । ଅନ୍ୟପକ୍ଷରେ ସାଲୁର୍‌ ଘାଟିରେ ଉକ୍ତ ସମସ୍ୟାକୁ ଦୃଷ୍ଟିରେ ରଖି ଓଡିଶାର ସୁଙ୍କି ଥାନା ଅଧିକାରୀ ଚତୁର୍ଭୁଜ ନାୟକଙ୍କ ଉପସ୍ଥିତିରେ ପୋଲିସ କର୍ମଚାରୀ ଅଟକି ରହିଥିବା ଗାଡ଼ି ଗୁଡ଼ିକ ଟ୍ରାଫିକ ଜାମ ନ ହେବା ପାଇଁ ଦୃଷ୍ଟି ରଖିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri