୬୦ ନଂ. ଜାତୀୟ ରାଜପଥରେ ଗ୍ୟାସ ଟ୍ୟାଙ୍କରରେ ଲାଗିଲା ନିଆଁ: ଜାଣନ୍ତୁ କ’ଣ ଘଟିଲା…

ବସ୍ତା, ୧୪।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ମଥାନୀଠାରେ ଏକ ଗ୍ୟାସ ଟ୍ୟାଙ୍କର ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ମାତ୍ର ଏକ ବଡ଼ ଧରଣର ଦୁର୍ଘଟଣାରୁ ଗାଡ଼ିଟି ବର୍ତ୍ତିଯାଇଥିବା ଜଣାପଡିଛି l
ମିଳିଥିବା ସୂଚନା ଅନୁସାରେ, ନାଗାଲ୍ୟାଣ୍ଡର ଏକ ଟ୍ୟାଙ୍କର (ନଂ. ଏନ୍‌ଏଲ୍‌ ୦୧କେ ୬୨୦୪) ହଳଦିଆରୁ ଢେଙ୍କାନାଳ ଅଭିମୁଖେ ଯାଉଥିଲା। ୬୦ ନଂ. ଜାତୀୟ ରାଜପଥର ମଥାନୀଠାରେ ଟ୍ୟାଙ୍କର ଇଞ୍ଜିନରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଖବର ପାଇ ବସ୍ତା ଥାନାଧିକାରୀ ମାନସ କୁମାର ଦେଓ ଓ ବସ୍ତା ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଦମକଳାବାହିନୀ ତୁରନ୍ତ ଇଞ୍ଜିନରେ ଲାଗିଥିବା ନିଆଁକୁ ଆୟତ କରିଥିଲେ। ଫଳରେ ଏକ ବଡ଼ ଧରଣର ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଛି l କିଛି ସମୟ ପାଇଁ ରାଜପଥର ଉଭୟ ପାର୍ଶ୍ୱକୁ ବନ୍ଦ କରାଯାଇଥିବା ବେଳେ ଟ୍ୟାଙ୍କରକୁ ଏହାର ଇଞ୍ଜିନରୁ ଅଲଗା କରିଦିଆଯାଇଥିବା ଜଣାପଡିଛି l ତେବେ ଗାଡିର ଚାଳକ ଅଳ୍ପକେ ବର୍ତ୍ତିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri