ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ ଏଲପିଜି ଗ୍ୟାସ ଟ୍ୟାଙ୍କର (ଓଡି-୨୯-ଏଫ-୯୩୮୩) ଅନ୍ୟ ଏକ ଟ୍ରକକୁ ସାଇଡ୍‌ ଦେବାକୁ ଯାଇ ଭାରସାମ୍ୟ ହରାଇ ରାସ୍ତା ଉପରେ ସମ୍ପୂର୍ଣ୍ଣ ଓଲଟି ପଡ଼ିଛି। ଦୁର୍ଘଟଣା ଏତେ ଜୋର୍‌ରେ ଥିଲା ଯେ, ଗ୍ୟାସ ଟ୍ୟାଙ୍କର କିଛି ମିଟର ଘୋଷାଡ଼ି ହୋଇ ଯିବା ସହ ଇଞ୍ଜିନ ଚୂରମାର ହୋଇଯାଇଛି। ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ନମିଳିବାରୁ ଏକ ପିକଅପ୍‌ ଯୋଗେ ଡାକ୍ତରଖାନା ପଠାଯାଇଛି। ଏହି ଟ୍ୟାଙ୍କରଟି ବିଶାଖାପାଟଣାରୁ ଗ୍ୟାସ ବୋଝେଇ କରି ବଲାଙ୍ଗୀର ଯାଉଥିଲା। ତେବେ ଟ୍ୟାଙ୍କର ଓଲଟି ପଡ଼ିଥିବା ବେଳେ ଗ୍ୟାସ ନିର୍ଗତ ହେବା ଆଶଙ୍କା ସୃଷ୍ଟି ହେବାରୁ ନର୍ଲା ଅଗ୍ନିଶମ ବିଭାଗ, ନର୍ଲା ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ। ଘଟଣା ସମ୍ବେଦନଶୀଳ ଥିବାରୁ ଭବାନୀପାଟଣା ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡ଼ା ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେହିପରି ନର୍ଲା ତହସିଲଦାର, ଗ୍ୟାସ ସେଫଟି ବିଭାଗ ଓ ଜିଲା ପରିବହନ ବିଭାଗ ମଧ୍ୟ ଦୁର୍ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି। ତେବେ ଟ୍ୟାଙ୍କରରେ ଅତି ଦହନଶୀଳ ଏଲପିଜି ଗ୍ୟାସ ଥିବା ଓ ଏହା ନିର୍ଗତ ହେବା ଆଶଙ୍କା ଥିବାରୁ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଚଳାଚଳ ଉପରେ ରୋକ୍‌ ଲଗାଇଛି ପ୍ରଶାସନ। ଫଳରେ ଭବାନୀପାଟଣା-ରାୟଗଡ଼ା ୬ ନମ୍ବର ରାଜ୍ୟ ରାଜପଥର ଛତିକୁଡ଼ା ପର୍ଯ୍ୟନ୍ତ ଯାନବାହନ ଚଳାଚଳ ଠପ ହୋଇଯାଇଛି। ଘଟଣା ସମ୍ପର୍କରେ ପୋଲିସ ଓ ପ୍ରଶାସନ ତୀକ୍ଷଣ ନଜର ରଖିଥିବାବେଳେ ଖବର ଲେଖାଯିବା ପର୍ଯ୍ୟନ୍ତ ରାସ୍ତାରେ ଯାତାୟାତ ବନ୍ଦ ରହିଛି। ସେହିପରି ଦୁର୍ଘଟଣା ଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ ନିର୍ଗତ ହେଉଥିବା ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳି ନ ଥିବାବେଳେ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦିଆଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri