ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ ଏଲପିଜି ଗ୍ୟାସ ଟ୍ୟାଙ୍କର (ଓଡି-୨୯-ଏଫ-୯୩୮୩) ଅନ୍ୟ ଏକ ଟ୍ରକକୁ ସାଇଡ୍‌ ଦେବାକୁ ଯାଇ ଭାରସାମ୍ୟ ହରାଇ ରାସ୍ତା ଉପରେ ସମ୍ପୂର୍ଣ୍ଣ ଓଲଟି ପଡ଼ିଛି। ଦୁର୍ଘଟଣା ଏତେ ଜୋର୍‌ରେ ଥିଲା ଯେ, ଗ୍ୟାସ ଟ୍ୟାଙ୍କର କିଛି ମିଟର ଘୋଷାଡ଼ି ହୋଇ ଯିବା ସହ ଇଞ୍ଜିନ ଚୂରମାର ହୋଇଯାଇଛି। ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ନମିଳିବାରୁ ଏକ ପିକଅପ୍‌ ଯୋଗେ ଡାକ୍ତରଖାନା ପଠାଯାଇଛି। ଏହି ଟ୍ୟାଙ୍କରଟି ବିଶାଖାପାଟଣାରୁ ଗ୍ୟାସ ବୋଝେଇ କରି ବଲାଙ୍ଗୀର ଯାଉଥିଲା। ତେବେ ଟ୍ୟାଙ୍କର ଓଲଟି ପଡ଼ିଥିବା ବେଳେ ଗ୍ୟାସ ନିର୍ଗତ ହେବା ଆଶଙ୍କା ସୃଷ୍ଟି ହେବାରୁ ନର୍ଲା ଅଗ୍ନିଶମ ବିଭାଗ, ନର୍ଲା ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ। ଘଟଣା ସମ୍ବେଦନଶୀଳ ଥିବାରୁ ଭବାନୀପାଟଣା ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡ଼ା ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେହିପରି ନର୍ଲା ତହସିଲଦାର, ଗ୍ୟାସ ସେଫଟି ବିଭାଗ ଓ ଜିଲା ପରିବହନ ବିଭାଗ ମଧ୍ୟ ଦୁର୍ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି। ତେବେ ଟ୍ୟାଙ୍କରରେ ଅତି ଦହନଶୀଳ ଏଲପିଜି ଗ୍ୟାସ ଥିବା ଓ ଏହା ନିର୍ଗତ ହେବା ଆଶଙ୍କା ଥିବାରୁ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଚଳାଚଳ ଉପରେ ରୋକ୍‌ ଲଗାଇଛି ପ୍ରଶାସନ। ଫଳରେ ଭବାନୀପାଟଣା-ରାୟଗଡ଼ା ୬ ନମ୍ବର ରାଜ୍ୟ ରାଜପଥର ଛତିକୁଡ଼ା ପର୍ଯ୍ୟନ୍ତ ଯାନବାହନ ଚଳାଚଳ ଠପ ହୋଇଯାଇଛି। ଘଟଣା ସମ୍ପର୍କରେ ପୋଲିସ ଓ ପ୍ରଶାସନ ତୀକ୍ଷଣ ନଜର ରଖିଥିବାବେଳେ ଖବର ଲେଖାଯିବା ପର୍ଯ୍ୟନ୍ତ ରାସ୍ତାରେ ଯାତାୟାତ ବନ୍ଦ ରହିଛି। ସେହିପରି ଦୁର୍ଘଟଣା ଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ ନିର୍ଗତ ହେଉଥିବା ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳି ନ ଥିବାବେଳେ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦିଆଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?