ଗ୍ୟାସ ଗୋଦାମରେ ଅଗ୍ନିକାଣ୍ଡ: ଜିଅନ୍ତା ଜଳିଗଲେ କର୍ମଚାରୀ

ସମ୍ବଲପୁର,୩୧।୫(ବ୍ୟୁରୋ): ସମ୍ବଲପୁର ସହରର କାଇଁସିରଠାରେ ଥିବା ଏକ ବେଆଇନ ଗ୍ୟାସ ଗୋଦାମରେ ମଙ୍ଗଳବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜଣେ କର୍ମଚାରୀ ଜୀବନ୍ତ ଜଳିଯାଇ ତାଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ରାଜା ରଣବୀରା। କାଇଁସିର ସ୍ଥିତ ମା’ ଦୁର୍ଗା ଗୋଗ୍ୟାସ ନାମକ ଏହି ଗୋଦାମ ବିନା ଲାଇସେନ୍ସରେ ଚାଳୁଥିବା ବେଳେ ୩୨ଟି ଗ୍ୟାସ ସିଲଣ୍ଡର ଗଚ୍ଛିତ ଥିଲା । ଗ୍ୟାସ ଲିକ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଅନ୍ୟପକ୍ଷେ ଗୋଦାମ ରୋଷେଇ ଘରେ ଥିବା ଡ୍ରାଇଭର ପୋଡି ଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପୋଲିସ ମୃତଦେହ ଜବତ କରି ଘଟଣାଣ ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?