କୋଇଲାରୁ ଉତ୍ପାଦନ ହେବ ଗ୍ୟାସ୍‌

ନୂଆଦିଲ୍ଲୀ,୧୯।୭: କୋଇଲାକୁ ଅଧିକରୁ ଅଧିକ ଗ୍ୟାସରେ ପରିଣତ କରିବାକୁ କେନ୍ଦ୍ର ସରକାର ଯେଉଁ ଗୁରୁତ୍ୱ ଦେଉଛନ୍ତି ତାହାକୁ ଚରିତାର୍ଥ କରିବାକୁ କୋଇଲା ମନ୍ତ୍ରଣାଳୟ ବିଭିନ୍ନ ପ୍ରୟାସ ଆରମ୍ଭ କରିଛି। ଏପରିକି ୨୦୩୦ ଆର୍ଥିକ ବର୍ଷ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲାକୁ ଗ୍ୟାସରେ ପରିଣତ କରିବାକୁ ମନ୍ତ୍ରଣାଳୟ ଗୁରୁତ୍ୱ ଦେଇ କାମ ଆରମ୍ଭ କରିଛି, ତେବେ କୋଇଲାକୁ ଗ୍ୟାସରେ ପରିଣତ କରି ଅଧିକରୁ ଅଧିକ ସ୍ବଚ୍ଛ ଇନ୍ଧନ ଉତ୍ପାଦନ କରିବାକୁ ମନ୍ତ୍ରଣାଳୟ ଏକ ବୃହତ ପୂର୍ଣ୍ଣାଙ୍ଗ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ବିଚାର କରୁଛି। ଏଥିପାଇଁ ୬୦୦୦କୋଟି ଟଙ୍କା ବ୍ୟୟ ବରାଦ କରିବାକୁ ମଧ୍ୟ ଆପାତତଃ ସ୍ଥିର ହୋଇଛି, ତେବେ ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପୂର୍ବରୁ ଏହାର ବୈଷୟିକ ଓ ଆର୍ଥିକ ଦିଗକୁ କୋଇଲା ମନ୍ତ୍ରଣାଳୟ ବିଚାର କରି ଦେଖୁଛି। କାରଣ ଭାରତରେ ପ୍ରଚୁର କୋଇଲା ରହିଛି,ତାହାକୁ ଗ୍ୟାସରେ ପରିଣତ କଲେ ଦେଶରେ ସ୍ବଚ୍ଛ ଇନ୍ଧନ ଆବଶ୍ୟକତା ଅନେକାଂଶରେ ପୂରଣ ହୋଇପାରିବ। ତେବେ ଏହି ଗ୍ୟାସିଫିକେସନ ପ୍ରକିୟା ଅତ୍ୟନ୍ତ ବ୍ୟୟବହୁଳ ଓ ଏହାର ଟେକ୍ନୋଲୋଜି ଯଥେଷ୍ଟ ଖର୍ଚ୍ଚ ସାପେକ୍ଷ, ସେ ଦୃଷ୍ଟିରୁ କୋଇଲାକୁ ଗ୍ୟାସରେ ପରିଣତ କରାଗଲେ କେତେ ଲାଭ ଓ କ୍ଷତି ହେବ ସେ ବିଷୟରେ ମଧ୍ୟ ମନ୍ତ୍ରଣାଳୟ ବିଚାର କରି ଦେଖୁଛି। ଏପରିକି ଭାରତରେ କୋଇଲା ଗ୍ୟାସିଫିକେଶନ ଟେକ୍ନୋଲୋଜିର ପ୍ରବର୍ତ୍ତନ ହେଲେ କୋଇଲା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆସିବ। ଏହାଦ୍ୱାରା ଆମଦାନୀ ହେଉଥିବା ଗ୍ୟାସ ଉପରୁ ନିର୍ଭରଶୀଳତା କମିବ। ଅପରପକ୍ଷରେ ଦେଶର ମିଥାନଲ୍‌, ଆମୋନିଆ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଆମଦାନୀ ମଧ୍ୟ ହ୍ରାସ ପାଇବ। ବର୍ତ୍ତମାନ ଭାରତ ତା’ର ଆବଶ୍ୟକତାର ୫୦% ପ୍ରାକୃତିକ ଗ୍ୟାସ, ୯୦% ମିଥାନଲ ଓ ପ୍ରାୟ ୧୫% ୟୁରିଆ ବିଦେଶରୁ କିଣୁଛି, ତେଣୁ କୋଇଲା ଗ୍ୟାସ ଉତ୍ପାଦିତ ହେଲେ ଭାରତ ଏ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇପାରିବ। ଏହା ଦ୍ୱାରା ମଧ୍ୟ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ଏବଂ ସ୍ବଚ୍ଛ ଇନ୍ଧନ ବ୍ୟବହାର ଫଳରେ ଅଙ୍ଗାରକାମ୍ଳ ନିର୍ଗମନ ହ୍ରାସ ପାଇବ। ଏହି ଯୋଜନାରେ ପ୍ରଥମେ ଲିଗ୍‌ନାଇଟ୍‌ କୋଇଲାକୁ ଗ୍ୟାସରେ ପରିଣତ କରିବାକୁ ବିଚାର କରାଯାଉଛି, ଲିଗ୍‌ନାଇଟ୍‌ କୋଇଲା ଦେଖିବାକୁ ଧୂସର, ନରମ ଏବଂ ଦହନଶୀଳ ହୋଇଥିବାରୁ ସରକାର ଏହି କାମକୁ ଉଭୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଓ ବେସରକାରୀ ଶିଳ୍ପ ସଂସ୍ଥାକୁ ଦେବାକୁ ଚିନ୍ତା କରୁଛନ୍ତି। ଏଥିପାଇଁ ଟେଣ୍ଡର ମାଧ୍ୟମରେ ଶ୍ରେଷ୍ଠ ବିଡରଙ୍କୁ ବଛାଯିବ। ଏପରିକି ଆବଶ୍ୟକ ସ୍ଥଳେ ଟେଣ୍ଡର ପାଇଥିବା ଉଦ୍ୟୋଗ ବା ସଂସ୍ଥାଙ୍କୁ ସରକାର ଆର୍ଥିକ ସହାୟତା ଯୋଗାଇ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri