୧୪ ପଇସା ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୧୯।୮: ଲଗାତର ତୃତୀୟ ଦିନ ଲାଗି ପେଟ୍ରୋଲ ଦର ବୃଦ୍ଧି ଘଟିଛି। ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୪ ପଇସା ବଢିବା ଯୋଗୁ ଦର ୮୧.୪୪ ଟଙ୍କା ଛୁଇଁଛି। ଏହି ସମୟରେ ଡିଜେଲ ଦର ଅପରିବର୍ତ୍ତିିତ ୮୦.୦୩ ଟଙ୍କା ରହିଛି। ରବିବାର ପେଟ୍ରୋଲ ଦର ୧୨ ପଇସା ବଢିଥିବା ବେଳେ ସୋମବାର ଦର ୧୫ ପଇସା ବୃଦ୍ଧି ଘଟିଥିଲା। ଗତ ଏକ ମାସ ହେବ ତେଲ ଦର ନିୟନ୍ତ୍ରଣରେ ରହିଥିବା ବେଳେ ଏଥିରେ ବର୍ତ୍ତମାନ ବୃଦ୍ଧି ଘଟୁଥିବା ଜଣାପଡିଛି। ଦେଶର ପ୍ରମୁଖ ସହରଗୁଡିକ କଥା ବିଚାର କଲେ ମଙ୍ଗଳବାର ପେଟ୍ରୋଲ ଦର ୧୩ରୁ ୧୭ ପଇସା ବଢିଛି। ନୂଆଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୧୭ ପଇସା ବଢି ୮୦.୯୦ ଟଙ୍କା ଛୁଇଁଛି। ସେହିଭଳି ଚେନ୍ନାଇରେ ୧୨ ପଇସା ବଢି ୮୩.୯୯ ଟଙ୍କା, କୋଲକାତାରେ ୧୩ ପଇସା ବଢି  ୮୨.୪୩ ଟଙ୍କା ଏବଂ ମୁମ୍ବାଇରେ ୧୩ ପଇସା ବୃଦ୍ଧି ପାଇ ୮୭.୫୮ ଟଙ୍କା ରହିଛି। ଏହି ସହରଗୁଡିକରେ ଡିଜେଲ ଦର ଅପରିବର୍ତ୍ତିତ ରହିଛି। ଏହି ମେଟ୍ରୋ ସହର ଡିଜେଲ ଦର ଯଥାକ୍ରମେ- ୭୩.୫୬ ଟଙ୍କା, ୭୮.୮୬ ଟଙ୍କା, ୭୭.୦୬ ଟଙ୍କା ଏବଂ ୮୦.୧୧ ଟଙ୍କା ରହିଛି। ବର୍ତ୍ତମାନ ଦେଶର ବିଭିନ୍ନ ପ୍ରାନ୍ତରେ ତେଲ ଦର ଭିନ୍ନ ରହୁଛି। ଅଶୋଧିତ ତେଲ ଦର ବୃଦ୍ଧି ଏବଂ ବିଦେଶୀ ବିନିମୟ ହାରକୁ ନେଇ ଦର ନିର୍ଦ୍ଧାରଣ ହେଉଥିବାରୁ ଦରରେ ଭିନ୍ନତା ପରିଲକ୍ଷିତ ହେଉଛି। ରାଷ୍ଟ୍ରାୟତ୍ତ କମ୍ପାନୀ ଇଣ୍ଡିଆନ ଅଏଲ, ଭାରତ ପେଟ୍ରୋଲିୟମ ଏବଂ ହିନ୍ଦୁସ୍ଥାନ ପେଟ୍ରୋଲିୟମ ଭଳି କମ୍ପାନୀଗୁଡିକ ତେଲ ଦରରେ ପରିବର୍ତ୍ତନକୁ ପ୍ରତିଦିନ ସକାଳ ୬ଟାରେ ଲାଗୁ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାରିଲା OJEE ରେଜଲ୍ଟ: ଟପ୍ପର ହେଲେ…

ଭୁବନେଶ୍ୱର, ୮।୬: ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) ୨୦୨୬ ରେଜଲ୍ଟ। ସୋମବାର ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ବୈଷୟିକ ଶିକ୍ଷା ମନ୍ତ୍ରୀ। ଗତ…

ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌, ତେଜିଲା ଅସନ୍ତୁଷ୍ଟ

ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌…

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬(ଅଜିତ ମହାନ୍ତି): ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ…

ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…

ଗ୍ରାହକଙ୍କୁ ବଡ଼ ଝଟ୍‌କା! ଆହୁରି ମହଙ୍ଗା ହେବ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..

ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍‌ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍‌ କରାଇ ଦେବା…

କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri