ଗୌରହରି ଦାସ ପାଇବେ ‘ଶାରଳା ପୁରସ୍କାର’

ଭୁବନେଶ୍ୱର, ୨୦।୯ (ବ୍ୟୁରୋ):ସାହିତି୍ୟକ, ଗାଳ୍ପିକ ତଥା କଥାକାର ଗୌରହରି ଦାସଙ୍କୁ ଚଳିତ ବର୍ଷର ମର୍ଯ୍ୟାଦାଜନକ ୪୩ତମ ‘ଶାରଳା ପୁରସ୍କାର’ ମିଳିବ। ତାଙ୍କର ସାହିତ୍ୟ କୃତି ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ସେ ଏହି ସମ୍ମାନ ପାଇବେ ବୋଲି ଇମ୍ଫା ଚାରିଟେବଲ୍‌ ଟ୍ରଷ୍ଟ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ୨୦୧୮ ମସିହାରେ ଟାଇମ୍‌ ପାସ୍‌ ପବ୍ଲିକେଶନ ଦ୍ୱାରା ଏହି ଗଳ୍ପ ପୁସ୍ତକ ପ୍ରକାଶିତ ହୋଇଥିବାବେଳେ ପାଠକୀୟ ମହଲରେ ବେଶ୍‌ ଆଦୃତି ଲାଭ କରିଛି। ଅକ୍ଟୋବର ୨୬ରେ ଏକ ବର୍ଣ୍ଣାଢ଼୍ୟ ସାରସ୍ବତ ସମାବେଶରେ ଡ. ଦାସଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହ ୫ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ। ଏଥିସହ କଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନାର ଉତ୍କର୍ଷ ପାଇଁ ଟ୍ରଷ୍ଟ ପକ୍ଷରୁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ୨୦୨୨’ ଘୋଷଣା କରାଯାଇଛି। ଦୁଇ କଳା ସାଧକ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଚିତ୍ରକର ପ୍ରଫୁଲ୍ଲ ମହାନ୍ତି ଏବଂ ଓଡ଼ିଶୀ ସଙ୍ଗୀତସାଧକ ଗୁରୁ ଘନଶ୍ୟାମ ପଣ୍ଡା ଏହି ସମ୍ମାନ ପାଇବେ। ସମ୍ମାନ ବାବଦରେ ଉଭୟଙ୍କୁ ଦେଢ଼ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯିବ।
ସୂଚନାଯୋଗ୍ୟ, ବିଶିଷ୍ଟ ଶିଳ୍ପପତି ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କର ସହଧର୍ମିଣୀ କଳାବିଦୂଷୀ ଇଲା ପଣ୍ଡାଙ୍କ କଳାତ୍ମକ ଚେତନାର ଫଳଶ୍ରୁତି ହେଉଛି ‘ଶାରଳା ପୁରସ୍କାର ଉତ୍ସବ’। ୧୯୮୦ ମସିହାରୁ ପ୍ରଦାନ କରାଯାଉଥିବା ‘ଶାରଳା ପୁରସ୍କାର’ ୪୩ ବର୍ଷ ଧରି ଏହାର ଅଭିଯାତ୍ରା ଜାରି ରଖିଛି। ପରବର୍ତ୍ତୀ ସମୟରେ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ଏହି ଗୌରବମୟ ପରମ୍ପରାରେ ସାମିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri