Posted inଜାତୀୟ

ଛାତ୍ରୀଙ୍କୁ ମିଳିବ ଋତୁସ୍ରାବ ଛୁଟି: ଶ୍ରେଣୀ ଉପସ୍ଥାନକୁ ୨ ପ୍ରତିଶତ କୋହଳ

ଗୁଆହାଟୀ,୧୨ା୧୧: ଆସାମର ଗୁଆହାଟୀ ୟୁନିଭର୍ସିଟି ଏବଂ ଏହାର ସ୍ବୀକୃତିପ୍ରାପ୍ତ ମହାବିଦ୍ୟାଳୟଗୁଡ଼ିକର ଛାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଛାତ୍ରୀମାନଙ୍କୁ ଏଣିକି ଋତୁସ୍ରାବକାଳୀନ ଛୁଟି ମିଳିବ ବୋଲି ଗୁଆହାଟୀ ୟୁନିଭର୍ସିଟ ପକ୍ଷରୁ କୁହାଯାଇଛି। ବିଶ୍ୱବିଦ୍ୟାଳୟର କୁଳପତି ଏ ନେଇ ଛାତ୍ରୀମାନଙ୍କ ସର୍ବନିମ୍ନ ଶ୍ରେଣୀ ଉପସ୍ଥାନକୁ ୨ ପ୍ରତିଶତ କୋହଳ କରିଛନ୍ତି।

ଅର୍ଥାତ୍‌ ଛାତ୍ରୀଙ୍କ ସର୍ବନିମ୍ନ ଉପସ୍ଥାନ ୭୩ ପ୍ରତିଶତ ହୋଇଥିଲେ, ସେମାନେ ପରୀକ୍ଷା ଦେଇପାରିବେ। ଉକ୍ତ ଛୁଟି ତତ୍କାଳ ଲାଗୁ ହୋଇଛି। କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ନିର୍ଦ୍ଦେଶନାମା ଆଧାରରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଉପରୋକ୍ତ ନିଷ୍ପତ୍ତି ନେଇଛନ୍ତି। ଗୁଆହାଟୀ ୟୁନିଭର୍ସିଟିର ଏହି ନିୟମ ଋତୁସ୍ରାବ ସମୟରେ ସମ୍ମୁଖୀନ ହେଉଥିବା ଛାତ୍ରୀଙ୍କ ସମସ୍ୟା ଏବଂ ଏହାର ସମାଧାନରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri