Posted inଜାତୀୟ

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ରବିବାର ଅଭିଯୋଗ କରିଛନ୍ତି। ଉକ୍ତ ଦମ୍ପତି ଓ ପାକିସ୍ତାନୀ ନାଗରିକ ଅଲି ତୌକିର ଶେଖ୍‌ଙ୍କ ମଧ୍ୟରେ ଗଭୀର ସମ୍ପର୍କ ରହିଛି। ସେମାନଙ୍କ ଜରିଆରେ ଗୋଇନ୍ଦା ବ୍ୟୁରୋର ସୂଚନା ଗୋପନରେ ପଡ଼ୋଶୀ ଦେଶକୁ ଯାଉଥିବା ହିମନ୍ତ ଅଭିଯୋଗ କରିଛନ୍ତି। ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧନ କରି ହିମନ୍ତ କହିଛନ୍ତି, କୋଲବର୍ନ ଭାରତରେ କାମ କରୁଥିବାବେଳେ ଶେଖ୍‌ ତାଙ୍କୁ ବେତନ ପ୍ରଦାନ କରିବା ବିଦେଶୀ ଅବଦାନ ନିୟନ୍ତ୍ରଣ ଆଇନ (ଏଫ୍‌ସିଆର୍‌ଏ) ନିୟମାବଳୀର ଉଲ୍ଲଂଘନ। ୨୦୧୩ରେ ଗୋଗୋଇ ଅତ୍ୟନ୍ତ ଗୋପନରେ ପାକିସ୍ତାନ ଗସ୍ତ କରିଥିଲେ। ସେଠାରେ ସେ କୌଣସି ତାଲିମ ନେଇଥିବା ବିଶ୍ୱାସ କରାଯାଉଛି। ତେଣୁ କଂଗ୍ରେସ ନେତା ନିଜର ଉକ୍ତ ଗସ୍ତକୁ ସ୍ବଚ୍ଛ ପ୍ରମାଣିତ କରନ୍ତୁ, ନଚେତ ରାଷ୍ଟ୍ରଦୋହ ଅଭିଯୋଗର ସମ୍ମୁଖୀନ ହେବେ ବୋଲି ଆସାମ ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷରେ ପାକିସ୍ତାନ ସହ ସମ୍ପୃକ୍ତି ନେଇ ହିମନ୍ତଙ୍କ ଅଭିଯୋଗକୁ ଆସାମ କଂଗ୍ରେସ ସଭାପତି ଥିବା ଗୋଗୋଇ ଖଣ୍ଡନ କରିବା ସହ ଏହାକୁ ମୂର୍ଖତା ଓ ଜାଲ୍‌ ବୋଲି କହିଛନ୍ତି। ସେ ଉକ୍ତ ଅଭିଯୋଗକୁ ସି ଗ୍ରେଡ୍‌ ସିନେମାଠାରୁ ଅଧିକ ଖରାପ ସୁପର ଫ୍ଲପ୍‌ ଭାବେ ଅଭିହିତ କରିଛନ୍ତି।
ହିମନ୍ତ କହିଥିଲେ, ଗୋଗୋଇ, କୋଲବର୍ନ ଏବଂ ଶେଖ୍‌ଙ୍କ ମଧ୍ୟରେ ଘନିଷ୍ଠ ସମ୍ପର୍କ ରହିଛି। କୋଲବର୍ନ ଓ ଶେଖ୍‌ ଅନ୍ତର୍ଜାତୀୟ ଷଡ଼ଯନ୍ତ୍ରର ଅଂଶବିଶେଷ ବୋଲି ବିଶ୍ୱାସ କରାଯାଉଛି। ସେମାନେ ଭାରତ ସରକାରଙ୍କୁ ଅଣଦେଖା କରି ଏକ ସ୍ଥାନୀୟ ମ୍ୟୁନିସିପାଲ ଏଜେନ୍ସି ସହ କାମ କରୁଛନ୍ତି ଏବଂ ଆସାମ ପୋଲିସ ଦ୍ୱାରା ଏହାର ତଦନ୍ତ ହୋଇପାରୁ ନାହିଁ। ତେଣୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ଜାତୀୟ ସ୍ତରର ତଦନ୍ତ ପାଇଁ ସୁପାରିସ କରାଯାଇଥିବା ହିମନ୍ତ କହିଛନ୍ତି। ଭାରତ ବଦଳି ହେବା ପୂର୍ବରୁ ଶେଖ୍‌ଙ୍କ ପରିଚାଳିତ ଏଲ୍‌ଇଏଡି ପାକିସ୍ତାନ ନାମକ ସଂଗଠନରେ କୁଲବର୍ନ କାର୍ଯ୍ୟ କରୁଥିଲେ। ଭାରତରେ ସେ ଉକ୍ତ ଗ୍ରୁପ୍‌ ସହ କାର୍ଯ୍ୟ କରୁଥିବାବେଳେ ଏଲ୍‌ଇଏଡି ପାକିସ୍ତାନ ଏଲ୍‌ଇଏଡି ଇଣ୍ଡିଆକୁ ଟଙ୍କା ପଠାଇବା ପରେ ବେତନ ପାଇଥାନ୍ତି। ଏହା ଏଫ୍‌ସିଆର୍‌ଏ ନିୟମାବଳୀର ଉଲ୍ଲଂଘନ ବୋଲି ହିମନ୍ତ ଅଭିଯୋଗ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?