ପରିବାରର ବିରୋଧ ସତ୍ତ୍ୱେ ଶାହରୁଖଙ୍କ ହାତ ଧରିଥିଲେ ଗୌରୀ

ମୁମ୍ବାଇ,୮।୧୦: କିଙ୍ଗ୍‌ ଖାଁ ଶାହରୁଖ୍‌ଙ୍କ ସ୍ତ୍ରୀ ଗୌରୀ ଖାଁ ଗୁରୁବାର ୫୦ ବର୍ଷରେ ପାଦ ଥାପିିଛନ୍ତି। ୧୯୭୦ ଅକ୍ଟୋବର ୮ରେ ସେ ନୂଆଦିଲ୍ଲୀରେ ଏକ ପଞ୍ଜାବୀ ବ୍ରାହ୍ମଣ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୌରୀ ଚିବର ଥିଲା। ତାଙ୍କ ପିତା କଲୋନେଲ ରମେଶ ଚନ୍ଦ୍ର ଚିବର ଆର୍ମିରେ ଥିବାରୁ ଶୃଙ୍ଖଳାକୁ ଅଧିକ ଗୁରୁତ୍ୱ ଦେଉଥିଲେ। ମାତା ସବିତା ଚିବର ଜଣେ ଗୃହିଣୀ ଥିଲେ। ଶାହାରୁଖ୍‌ଙ୍କୁ ନେଇ ଗୌରୀଙ୍କ ପ୍ରେମ କାହାଣୀ ବେଶ୍‌ ଚର୍ଚ୍ଚାରେ ରହିଥିଲା। ଟିଭି ସିରିଏଲ୍‌ ସର୍କସରେ ଅଭିନୟ କରିବା ପରେ ଶାହରୁଖ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ୧୯୮୪ରେ ଦିଲ୍ଲୀର ପଞ୍ଚଶୀଳ କ୍ଲବ୍‌ରେ୧୪ ବର୍ଷ ବୟସ୍କା ଗୌରୀ ୧୯ ବର୍ଷ ବୟସ୍କ ଶାହରୁଖ୍‌ଙ୍କୁ ପ୍ରଥମ ଥର ପାଇଁ ଭେଟିଥିଲେ। ୧୯୮୪ ଅକ୍ଟୋବର ୨୫ରେ ଦୁହିଁଙ୍କ ମଧ୍ୟରେ ସାକ୍ଷାତ୍‌ ସମୟରେ ଉଭୟ ପରସ୍ପରର ଫୋନ୍‌ ନମ୍ବର ନେଇଥିଲେ। ପରେ ଆରମ୍ଭ ହୋଇଥିଲା ପ୍ରେମ କାହାଣୀର ଆରମ୍ଭ। ଦୁଇଜଣଙ୍କ ପ୍ରେମ ସମ୍ପର୍କ ଗୌରୀଙ୍କ ପରିବାର ଲୋକେ ଜାଣିଥିଲେ। ତେବେ ଏହାକୁ ଗୌରୀଙ୍କ ପରିବାର ପକ୍ଷରୁ ବିରୋଧ କରାଯାଇଥିଲା। ଶାହରୁଖଙ୍କୁ ହିନ୍ଦୁ ଧର୍ମ ଗ୍ରହଣ କରିବାକୁ ଗୌରୀଙ୍କ ପରିବାର ପକ୍ଷରୁ କୁହାଯାଇଥିଲା। ମାତ୍ର ଏହାକୁ ଗୌରୀ ମନା କରିଥିଲେ। ଶାହରୁଖଙ୍କୁ ସେ ନିଜ ଧର୍ମ ପରିବର୍ତ୍ତନ କରିବାକୁ ମନା କରିଥିଲେ। ଏହା ଦ୍ୱାରା ତାଙ୍କର ଭଲ ପାଇବାର ମୂଲ୍ୟ ରହିବ ନାହିଁ ବୋଲି ଗୋରୀ ଚିନ୍ତା କରିଥିଲେ। ୧୯୯୧ ଅଗଷ୍ଟ ୨୬ରେ ଦୁହେଁ କୋର୍ଟରେ ବିବାହ କରିଥିଲେ। ପରେ ୧୯୯୧ ଅକ୍ଟୋବର ୨୫ରେ ହିନ୍ଦୁ ରୀତିରେ ମଧ୍ୟ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri