ପରିବାରର ବିରୋଧ ସତ୍ତ୍ୱେ ଶାହରୁଖଙ୍କ ହାତ ଧରିଥିଲେ ଗୌରୀ

ମୁମ୍ବାଇ,୮।୧୦: କିଙ୍ଗ୍‌ ଖାଁ ଶାହରୁଖ୍‌ଙ୍କ ସ୍ତ୍ରୀ ଗୌରୀ ଖାଁ ଗୁରୁବାର ୫୦ ବର୍ଷରେ ପାଦ ଥାପିିଛନ୍ତି। ୧୯୭୦ ଅକ୍ଟୋବର ୮ରେ ସେ ନୂଆଦିଲ୍ଲୀରେ ଏକ ପଞ୍ଜାବୀ ବ୍ରାହ୍ମଣ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୌରୀ ଚିବର ଥିଲା। ତାଙ୍କ ପିତା କଲୋନେଲ ରମେଶ ଚନ୍ଦ୍ର ଚିବର ଆର୍ମିରେ ଥିବାରୁ ଶୃଙ୍ଖଳାକୁ ଅଧିକ ଗୁରୁତ୍ୱ ଦେଉଥିଲେ। ମାତା ସବିତା ଚିବର ଜଣେ ଗୃହିଣୀ ଥିଲେ। ଶାହାରୁଖ୍‌ଙ୍କୁ ନେଇ ଗୌରୀଙ୍କ ପ୍ରେମ କାହାଣୀ ବେଶ୍‌ ଚର୍ଚ୍ଚାରେ ରହିଥିଲା। ଟିଭି ସିରିଏଲ୍‌ ସର୍କସରେ ଅଭିନୟ କରିବା ପରେ ଶାହରୁଖ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ୧୯୮୪ରେ ଦିଲ୍ଲୀର ପଞ୍ଚଶୀଳ କ୍ଲବ୍‌ରେ୧୪ ବର୍ଷ ବୟସ୍କା ଗୌରୀ ୧୯ ବର୍ଷ ବୟସ୍କ ଶାହରୁଖ୍‌ଙ୍କୁ ପ୍ରଥମ ଥର ପାଇଁ ଭେଟିଥିଲେ। ୧୯୮୪ ଅକ୍ଟୋବର ୨୫ରେ ଦୁହିଁଙ୍କ ମଧ୍ୟରେ ସାକ୍ଷାତ୍‌ ସମୟରେ ଉଭୟ ପରସ୍ପରର ଫୋନ୍‌ ନମ୍ବର ନେଇଥିଲେ। ପରେ ଆରମ୍ଭ ହୋଇଥିଲା ପ୍ରେମ କାହାଣୀର ଆରମ୍ଭ। ଦୁଇଜଣଙ୍କ ପ୍ରେମ ସମ୍ପର୍କ ଗୌରୀଙ୍କ ପରିବାର ଲୋକେ ଜାଣିଥିଲେ। ତେବେ ଏହାକୁ ଗୌରୀଙ୍କ ପରିବାର ପକ୍ଷରୁ ବିରୋଧ କରାଯାଇଥିଲା। ଶାହରୁଖଙ୍କୁ ହିନ୍ଦୁ ଧର୍ମ ଗ୍ରହଣ କରିବାକୁ ଗୌରୀଙ୍କ ପରିବାର ପକ୍ଷରୁ କୁହାଯାଇଥିଲା। ମାତ୍ର ଏହାକୁ ଗୌରୀ ମନା କରିଥିଲେ। ଶାହରୁଖଙ୍କୁ ସେ ନିଜ ଧର୍ମ ପରିବର୍ତ୍ତନ କରିବାକୁ ମନା କରିଥିଲେ। ଏହା ଦ୍ୱାରା ତାଙ୍କର ଭଲ ପାଇବାର ମୂଲ୍ୟ ରହିବ ନାହିଁ ବୋଲି ଗୋରୀ ଚିନ୍ତା କରିଥିଲେ। ୧୯୯୧ ଅଗଷ୍ଟ ୨୬ରେ ଦୁହେଁ କୋର୍ଟରେ ବିବାହ କରିଥିଲେ। ପରେ ୧୯୯୧ ଅକ୍ଟୋବର ୨୫ରେ ହିନ୍ଦୁ ରୀତିରେ ମଧ୍ୟ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri