ଗୌରୀଶଙ୍କର-ଚନ୍ଦନ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ବାଜି ମାରିଲା ଗୁମ୍ମା ଟିମ୍‌

ଦିଗପହଣ୍ଡି,୧୭ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଖମାରୀ ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମସ୍ଥିତ ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀ ପଡିଆ ଠାରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟସ କ୍ଲବ୍‌ ଆନୁକୂଲ୍ୟରେ ଗୌରୀଶଙ୍କର ଓ ଚନ୍ଦନ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ଦିଗପହଣ୍ଡି ଏନ୍‌ଏସିର ପୂର୍ବତନ ନଗରପାଳ ଭି.ରବିନାରାୟଣ ରାଜୁ ମୁଖ୍ୟ ଅତିଥି, କାଉନସିଲର ନୀଳମାଧବ ଗୌଡ଼, ନଗର ବିଜେଡି ସଭାପତି ତାରାପ୍ରସାଦ ପଟ୍ଟନାୟକ, ସାମାଜିକ କର୍ମୀ ନିଗମ ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗଦାନ କରିଥିଲେ। ମ୍ୟାଚ୍‌ରେ ଗଜପତି ଜିଲା ଗୁମ୍ମା ଗ୍ରାମ ଭଲିବଲ ଟିମ୍‌ ପ୍ରତିପକ୍ଷ ଡେଙ୍ଗାପଦର ଗ୍ରାମ ଭଲିବଲ ଟିମ୍‌କୁ ୩-୦ ସେଟରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିବା ଜଣାପଡିଛି। ଛତ୍ରପୁରର ବିଶିଷ୍ଟ କ୍ରୀଡାବିତ୍‌ ଗୋବିନ୍ଦ ନାୟକ ଖେଳ ପରିଚାଳନା କରିଥିଲେ।

ଆୟୋଜକ କମିଟି ସଭାପତି ରଞ୍ଜନ କୁମାର ପାଣିଗ୍ରାହୀଙ୍କ ସଂଯୋଜନାରେ ସମ୍ପାଦକ ଚିତ୍ରସେନ ଗୌଡ, କୋଷାଧ୍ୟକ୍ଷ ପ୍ରଶାନ୍ତ ଗୌଡ, ଉପଦେଷ୍ଟା ଶିବାନନ୍ଦ ପାଣିଗ୍ରାହୀ, ଭୈରବ କର, ଦୁର୍ଗାପ୍ରସାଦ ଗୌଡ, ଜୟସେନ ପାଣିଗ୍ରାହୀ, ସନ୍ତୋଷ ସାହୁ, କାଳିଆ ରାଓ ସମେତ କ୍ଳବ୍‌ ସଦସ୍ୟ ବୃନ୍ଦ ମ୍ୟାଚ୍‌ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଲର ମାଡ଼ରେ ମରୁଛନ୍ତି ଅଲିଭ ରିଡ୍‌ଲେ

କୁଜଙ୍ଗ,୧୩।୨(ମନୋଜ ପ୍ରଧାନ): ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ପାରାଦୀପରେ କଇଁଛ କରିଡର କରିବାକୁ ବଜେଟରେ ଘୋଷଣା କରିଥିବା ବେଳେ କୁଜଙ୍ଗ ବନାଞ୍ଚଳ ନୂଆଗାଁ ବନକ୍ଷେତ୍ର…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ସର୍ଟ ସର୍କିଟ ଯୋଗୁଁ ଚଳନ୍ତା କାରରେ ଲାଗିଗଲା ନିଆଁ, ଡ୍ରାଇଭର ଦୌଡି ଯାଇ…

ଧର୍ମଶାଳା,୧୩।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଷୋହଳ ନମ୍ବର ଜାତୀୟ ରାଜପଥର ସଙ୍କାରିଢିଅ ଫ୍ଲାଏ ଓଭର ବ୍ରିଜ ଉପରେ ଦୁର୍ଘଟଣା । ଏକ…

ପାଣି ଆଣିବାକୁ ଯାଇ କେନାଲରେ ଭାସିଗଲେ ମହିଳା, ଅପସ୍ମାର…

ଅତାବିରା,୧୩।୨(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମର ଏକ କେନାଲରୁ ଭାସୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ଜବତ କରାଯାଇଛି ।…

କଣ୍ଟେନରରେ ରାଜ୍ୟ ବାହାରକୁ ଧାନ ଚାଲାଣ

ମହାକାଳପଡ଼ା,୧୩ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରୁ କୋଲକାତା, ଆନ୍ଧ୍ରପ୍ରଦେଶ, ରାୟପୁର, ଛତିଶଗଡ, ମଧ୍ୟପ୍ରଦେଶ, ବିହାର, ସିକିମ ଓ ନାଗାଲାଣ୍ଡ ଆଦି ରାଜ୍ୟକୁ ମୋଟା…

ରାୟଗଡ଼ାରେ ମାଓବାଦୀ ପୋଷ୍ଟର, ଆଦିବାସୀଙ୍କୁ ନକ୍ସଲରେ ରଖି ଅତ୍ୟାଚାର…

ରାୟଗଡ଼ା,୧୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ବ୍ଲକ ବାଇସିଙ୍ଗ ପଞ୍ଚାୟତ ଅନ୍ତର୍ଗତ ଧୁମାଗୁଡ଼ା ବସଷ୍ଟପ ନିକଟରେ ମାଓବାଦୀ ପୋଷ୍ଟର ଦେଖାଯାଇଛି । ଏହି ପୋଷ୍ଟରଟି ସସିପିଆଇ ମାଓବାଦୀ ପକ୍ଷରୁ…

ହାତୀ ଭୟ: ରାତିରେ ଗଛ ଉପରେ ବିତୁଛି ଜୀବନ

ନୂଆପଡ଼ା,୧୩ା୨(ମକାରୁ ବେମାଲ): ହାତୀ ଭୟ ଯୋଗୁ ରାତି ହେଲେ ଲୋକେ ଗଛ ଉପରେ ଜୀବନ ବିତାଉଛନ୍ତି। ଏଭଳି ଦୃଶ୍ୟ ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା…

ଦେବଗଡ ଥାନା ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଠାବ ସହ ୨ଜଣଙ୍କୁ ବାନ୍ଧିଲା

ଦେବଗଡ,୧୩|୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ପୋଲିସ ବହୁ ପରିମାଣର ଚୋରି ସାମଗ୍ରୀ ଉଦ୍ଧାର କରିବାସହ ବସାଲଇ ଗ୍ରାମର ଦୁଷ୍ମନ୍ତ ପ୍ରଧାନ (୨୨) ଓ ବଣିଆକିଲିଣ୍ଡା ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri