ପୁରୀରେ ଗୌତମ ଆଦାନୀ

ପୁରୀ,୨୮ା୬: ଓଡ଼ିଶାରେ ପହଞ୍ଚିଛନ୍ତି ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ। ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବା ପରେ ପୁରୀ ଆସିଛନ୍ତି। ପୁରୀରେ ବିଭିନ୍ନ ସେବାମୂଳକ କାର୍ଯ୍ୟରେ ଭାଗ ନେବେ। ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ଓ ଆଲୋଚନା ହେବ ବୋଲି ସୂଚନାରୁ ପ୍ରକାଶ।

ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଛି ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଉଠୁଛି। ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା। ରାତି ହୋଇଯାଇଥିବାରୁ ରଥଟଣା ବନ୍ଦ କରାଯାଇଥିଲା।

ଅନ୍ୟପଟେ ମହାବାହୁଙ୍କ ରଥ ବିଳମ୍ବରେ ଗଡ଼ିବା ନେଇ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ପୂର୍ବ ବର୍ଷ ଅପେକ୍ଷା ଚଳିତବର୍ଷ ଅଧିକ ଭକ୍ତଙ୍କ ସମାଗମ ହୋଇଛି। ଯେଉଁ କାରଣରୁ କର୍ଡନ ଭିତରକୁ ଭକ୍ତମାନେ ପଶିଆସିଥିଳେ। ସେମାନଙ୍କୁ ବାହାର କରାଯିବା ପରେ ରଥ ଟଣାଗଲା।

Share
Tags: Gautam Adani