ଏସିଆର ଧନୀ ତାଲିକାରେ ତଳକୁ ଖସିଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୫।୬: ଆଦାନୀ ଗ୍ରୁପର ଚେୟାରମ୍ୟାନ ଗୌତମ ଆଦାନୀଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଗୌତମ ଆଦାନୀ ଏବେ ଧନୀ ତାଲିକାରେ କିଛି ପଛକୁ ଆସିଯାଇଛନ୍ତି। ଏବେ ସେ ଏସିଆର ଦ୍ୱିତୀୟ ଧନୀ ବ୍ୟକ୍ତିଙ୍କ ଆଖ୍ୟା ହରାଇଛନ୍ତି। ବ୍ଲୁମବର୍ଗ ବିଲେନିୟର୍ସ ଇଣ୍ଡେକ୍ସରେ ଗୌତମ ଆଦାନୀ ଏବେ ୧୮ତମ ସ୍ଥାନରୁ ୧୯ ତମ ସ୍ଥାନକୁ ଖସି ଯାଇଛନ୍ତି। ଏବେ ଚାଇନାର ଅରବପତି ଝୋଙ୍ଗ ଶେନଶୌନ ତାଙ୍କୁ ପଛରେ ପକାଇ ଦେଇଛନ୍ତି। ଏବେ ୧୯ତମ ସ୍ଥାନକୁ ଖସିବା ପରେ ଗୌତମ ଆଦାନୀ ଟପ ୨୦ ଧନୀ ବ୍ୟକ୍ତିଙ୍କ ତାଲିକାରୁ ବାହାରି ଯିବାର ଭୟ ଉପୁଜିଛି।

ଚାଇନାର ବିଲିୟନେୟାର ଜୋଙ୍ଗ ଶେନଶୌନ ଗତ ସପ୍ତାହରେ ତାଙ୍କ ନାମରେ ୧.୧୮ବିଲିୟନ ଡ଼ଲାର ଯୋଗ କରି ୬୨.୪ ବିଲିୟନ ଡ଼ଲାରର ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତିଙ୍କ ତାଲିକାରେ ୧୮ ତମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଅନ୍ୟପକ୍ଷରେ, ଏହି ସମୟ ମଧ୍ୟରେ ଭାରତୀୟ ବିଲିୟନେୟାର ଗୌତମ ଆଦାନୀଙ୍କ ନେଟ ମୂଲ୍ୟ ୬୬୨ ନିୟୁତ ଡଲାର ହ୍ରାସ ପାଇଛି, ଯେଉଁଥିପାଇଁ ସେ ୧୮ତମ ସ୍ଥାନରୁ ୧୯ ତମ ସ୍ଥାନକୁ ଖସି ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri