Posted inଜାତୀୟ

ଧନୀ ତାଲିକାର ଟପ୍‌-୨୦ରୁ ବାଦ୍‌ ପଡିଲେ ଆଦାନୀ

ନୂଆଦିଲ୍ଲୀ,୩।୨: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ହିଣ୍ଡେନବର୍ଗ ରିପୋର୍ଟ ସାର୍ବଜନୀନ ହେବା ପରଠାରୁ ଆଦାନୀଙ୍କ ନିଟ୍‌ ମୂଲ୍ୟ ହ୍ରାସ ପାଇଛି। କିଛି ଦିନ ପୂର୍ବରୁ ସେ ବିଶ୍ୱର ଧନୀ ତାଲିକାରେ ତିନି ନମ୍ବରରେ ଥିବା ଆଦାନୀ ଏବେ ଟପ୍‌ ୨୦ରୁ ବାଦ୍‌ ପଡିଛନ୍ତି।
ବ୍ଲୁମବର୍ଗର ବିଲିନେୟାର ଇଣ୍ଡେକ୍ସ ଅନୁଯାୟୀ ଗୌତମ ଆଦାନୀ ଶ୍ରେଷ୍ଠ ଧନୀ ତାଲିକାର ୨୨ ନମ୍ବର ସ୍ଥାନରେ ପହଞ୍ଚିଛନ୍ତି। ଆଦାନୀ ଗୋଟିଏ ଦିନରେ ପ୍ରାୟ ୧୦ ବିଲିୟନ ଡଲାର ହରାଇଛନ୍ତି। ଅନ୍ୟପକ୍ଷରେ, ଫେସବୁକ ପ୍ରତିଷ୍ଠାତା ଜୁକରବର୍ଗଙ୍କ ସମ୍ପତ୍ତି ୧୨.୫ ବିଲିୟନ ଡଲାରରେ ବୃଦ୍ଧି ପାଇଛି ଏବଂ ସେ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତିଙ୍କ ତାଲିକାରେ ୧୩ତମ ସ୍ଥାନରେ ପହଞ୍ଚିଛନ୍ତି। ଗତ ସେପ୍ଟେମ୍ବରରେ ଆଦାନୀଙ୍କ ନିଟ ମୂଲ୍ୟ ୧୫୫.୭ ବିଲିୟନ ଡ଼ଲାର୍‌ ଥିଲା। ସୋମବାର ଏହି ମୂଲ୍ୟ ୯୨.୭ ବିଲିୟନ ଡଲାରରେ ପହଞ୍ଚିଛି।
ସୂଚନାଯୋଗ୍ୟ, ଜାନୁୟାରୀ ୨୪ରେ ନ୍ୟୁୟର୍କର ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ କର୍ପୋରେଟ୍‌ ଜାଏଣ୍ଟ ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍‌ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଥିଲା। ଏହି ଗ୍ରୁପ୍‌ ଅଧୀନ ଆଦାନୀ ଏଣ୍ଟରପ୍ରାଇଜେସ୍‌ ସମେତ ୭ଟି କମ୍ପାନୀର ଶେୟାର ମୂଲ୍ୟକୁ ଅଧିକ ଲାଭ ଆଶାରେ ଜାଣିଶୁଣି ବଢ଼ାଇ ଦିଆଯାଇଛି। ଏପରି କି କମ୍ପାନୀଗୁଡ଼ିକର ଆକାଉଣ୍ଟରେ ମଧ୍ୟ ଅନେକ ଅନିୟମିତତା ରହିଥିବା ନେଇ ନାଥନ୍‌ ଆଣ୍ଡର୍ସନଙ୍କ ଫରେନ୍ସିକ୍‌ ଫାଇନାନ୍ସିଆଲ ରିସର୍ଚ୍ଚ ଫାର୍ମ ହିଣ୍ଡେନ୍‌ବର୍ଗ ନିଜ ଓ୍ବେବ୍‌ସାଇଟ୍‌ରେ ପ୍ରଘଟ କରିଥିଲା। ଏଥିସହ ଜାଲିଆତି ସମ୍ପର୍କରେ ଆଦାନୀ ଗ୍ରୁପ୍‌କୁ ୮୮ଟି ପ୍ରଶ୍ନ କରିଥିଲା। ଆଦାନୀ ଗ୍ରୁପ୍‌ ରବିବାର ୪୧୩ ପୃଷ୍ଠା ସମ୍ବଳିତ ଏକ ବିବୃତି ଜାରି କରି ହିଣ୍ଡେନ୍‌ବର୍ଗକୁ ଜବାବ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri