ବିଶ୍ୱର ତୃତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୩୦।୮: ଭାରତର ଆଦାନୀ ଗ୍ରୁପ୍‌ର ଚେୟାରମ୍ୟାନ ଗୌତମ ଆଦାନୀ ଦୁନିଆର ତୃତୀୟ ଧନୀ ବ୍ୟକ୍ତି ହୋଇପାରିଛନ୍ତି। ଫ୍ରାନ୍ସର ବ୍ୟବସାୟୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ସେ ପଛରେ ପକାଇ ଦେଇଛନ୍ତି ଏହି ସ୍ଥାନ ହାସଲ କରିଛନ୍ତି।
ଗୌତମ ଆଦାନୀ ହେଉଛନ୍ତି ପ୍ରଥମ ଏସୀୟ ବ୍ୟକ୍ତି ଦୁନିଆର ତୃତୀୟ ଧନୀ ସ୍ଥାନରେ ପହଞ୍ଚିଛନ୍ତି। ଚାଇନାର ଜ୍ୟାକ ମା ଏବଂ ଭାରତର ମୁକେଶ ଅମ୍ବାନୀ ମଧ୍ୟ ଏହି ସ୍ଥାନକୁ ଛୁଇଁ ନାହାଁନ୍ତି। ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ତାଲିକାରେ ତୃତୀୟ ସ୍ଥାନରେ ପହଞ୍ଚି ଗୌତମ ଆଦାନୀ ଏସିଆ ଏବଂ ଭାରତ ପାଇଁ ଏହି ସଫଳତା ହାସଲ କରିଛନ୍ତି। ଟେସଲା ସିଇଓ ଏଲୋନ ମସ୍କ ଏବଂ ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ବର୍ତ୍ତମାନ ବିଶ୍ୱର ଧନୀ ତାଲିକାରେ ଆଦାନୀଙ୍କଠାରୁ ଆଗରେ ଅଛନ୍ତି।
ଆଦାନୀଙ୍କ ସମ୍ପତ୍ତି ୧୩୭.୪ ବିଲିୟନ ଡଲାରରେ ପହଞ୍ଚିଛି। ପ୍ରଥମ ସ୍ଥାନରେ ଥିବା ଏଲୋନ ମସ୍କର ମୋଟ ସମ୍ପତ୍ତି ୨୫୧ ବିଲିୟନ ଡଲାର। ଦ୍ୱିତୀୟ ସ୍ଥାନରେ ଥିବା ଜେଫ ବେଜୋସଙ୍କର ମୋଟ ସମ୍ପତ୍ତି ୧୫୩ ବିଲିୟନ ଡଲାର। ଚତୁର୍ଥ ସ୍ଥାନକୁ ଖସି ଆସିଥିବା ବର୍ଣ୍ଣାଡ ସମ୍ପତ୍ତି ୧୩୬ ବିଲିୟନ ଡଲାରକୁ ଖସି ଆସିଛି। ଭାରତର ମୁକେଶ ଅମ୍ବାନୀ ଏହି ତାଲିକାର ଶ୍ରେଷ୍ଠ ୧୦ରୁ ବାଦ୍‌ ପଡିଛନ୍ତି ଏବଂ ତାଙ୍କର ସମ୍ପତ୍ତି ୯୧.୯ ବିଲିୟନ ଡଲାରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri