ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ଭୁବନେଶ୍ୱର,୫।୧: ପୁଣି ଭାରତର ଏକ ନମ୍ବର ଧନୀ ତାଲିକାକୁ ଫେରିଛନ୍ତି ଗୌତମ ଆଦାନି। ହିଣ୍ଡେନବର୍ଗ ରିପୋର୍ଟ ପରେ ଦୋହଲି ଯାଇଥିବା ଆଦାନି ସାମ୍ରାଜ୍ୟ ପୁଣିଥରେ ଶକ୍ତି ଯୋଗାଡ଼ କରି ଆଗକୁ ବଢିଛି। ଏହା ସହିତ ଗୌତମ ଆଦାନି ରିଲାଏନ୍ସ ଇଣ୍ଡଷ୍ଟ୍ରିର ମାଲିକ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଭାରତ ଏବଂ ଏସିଆର ଏକ ନମ୍ବର ଧନୀ ତାଲିକାରେ ପ୍ରଥମ ସ୍ଥାନ ଦଖଲ କରିଛନ୍ତି। ଆଦାନି ବିଶ୍ୱ ଧନୀ ତାଲିକାରେ ମଧ୍ୟ ଲମ୍ବା ଡିଆଁ ମାରି ୧୨ ନମ୍ବର ତାଲିକାରେ ପହଞ୍ଚିଛନ୍ତି ଏବଂ ତାଙ୍କ ପଛକୁ ମୁକେଶ ଅମ୍ବାନୀ ୧୩ତମ ସ୍ଥାନରେ ରହିଛନ୍ତି।

ଏହା ପୂର୍ବରୁ ଡିସେମ୍ବର ୨୦୨୩ରେ ମୁକେଶ ବିଶ୍ୱ ଧନୀ ତାଲିକାରେ ୧୪ତମ ସ୍ଥାନକୁ ଉଠିଥିବା ବେଳେ ଆଦାନି ୧୫ତମ ସ୍ଥାନରେ ରହିଥିଲେ। ବର୍ତମାନ ଆଦାନିଙ୍କ ମୋଟ ସମ୍ପତ୍ତି ୯୭.୬ ବିଲିୟନ ଆମେରିକୀୟ ଡଲାର ରହିଛି, ଗତ ୨୪ ଘଣ୍ଟାରେ ଆଦାନିଙ୍କ ସମ୍ପତ୍ତି ୭.୬ ବିଲିୟନ ଡଲାର ବୃଦ୍ଧି ପାଇଛି।

ତେବେ ଆଦାନି-ହିଣ୍ଡେନବର୍ଗ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ଆଦାନି ସମୂହ କମ୍ପାନୀ ମାନଙ୍କର ଶେୟାର ମୂଲ୍ୟରେ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଗୌତମ ଆଦାନିଙ୍କ ସମ୍ପତ୍ତି ବୃଦ୍ଧି ପାଇଛି। ସୁପ୍ରିମକୋର୍ଟ ଶୁଣାଣି ସମୟରେ କହିଥିଲେ ଯେ ଏହି ଘଟଣାରେ ସେବି’ର ତଦନ୍ତ ସଠିକ୍ ମାର୍ଗରେ ଅଛି। ଏହାସହ ସେବି’କୁ ୨୪ ଟି ମଧ୍ୟରୁ ଅବଶିଷ୍ଟ ୨ ମାମଲାର ତଦନ୍ତ କରିବାକୁ ଆଉ ୩ ମାସ ସମୟ ଦେଇଛନ୍ତି।

ପ୍ରାର୍ଥୀମାନଙ୍କୁ ରେଲୱେ ସୁରକ୍ଷା ବଳ (ଆରପିଏଫ) ଏବଂ ରେଳ ସୁରକ୍ଷା ସ୍ପେଶାଲ ଫୋର୍ସ (ଆରପିଏସଏଫ) ରେ ଯୋଗଦେବାର ସ୍ୱପ୍ନକୁ ସାକାର କରିବା ପାଇଁ ଆରଆରବି ଆରପିଏଫ ଏସଆଇ ଏବଂ କନଷ୍ଟେବଲ ପରୀକ୍ଷା ୨୦୨୪ କରୁଛି।

ବୟସ ସୀମା: ଆବେଦନ ପାଇଁ ସର୍ବାଧିକ ବୟସ ୨୫ ରହିଥିଲା ବେଳେ କନଷ୍ଟେବଳ ପାଇଁ ସର୍ବନିମ୍ନ ବୟସ ୧୮ ଏବଂ ଏସଆଇ ପାଇଁ ସର୍ବନିମ୍ନ ବୟସ ୨୦ ହୋଇଥିବା ଆବଶ୍ୟକ। ମୋଟ ୨୨୫୦ ପଦବୀରୁ ୧୫% ମହିଳା ମାନଙ୍କ ପାଇଁ ସଂରକ୍ଷିତ ରହିଥିଲା ବେଳେ ୧୦% ପୂର୍ବତ୍ତନ କର୍ମଚାରୀଙ୍କ ପାଇଁ ସଂରକ୍ଷିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri