ଗୌତମ ଆଦାନୀଙ୍କ ବଡ଼ ଘୋଷଣା: ଟ୍ରେନ ଦୁର୍ଘଟଣାରେ ମାତାପିତାଙ୍କୁ ହରାଇଥିବା ପିଲାଙ୍କୁ ମାଗଣା ଶିକ୍ଷାଦାନ…

ନୂଆଦିଲ୍ଲୀ,୪।୬ : ଓଡ଼ିଶାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ଆଦାନୀ ଗ୍ରୁପ ଚେୟାରମ୍ୟାନ ଗୌତମ ଆଦାନୀ ଏକ ବଡ଼ ଘୋଷଣା କରିଛନ୍ତି। ଏକ ଟୁଇଟରେ ଆଦାନୀ କହିଛନ୍ତି ଆଦାନୀ ଗ୍ରୁପ୍‌ ଦୁର୍ଘଟଣାରେ ମାତାପିତାଙ୍କୁ ହରାଇଥିବା ପିଲାମାନଙ୍କର ଶିକ୍ଷାଦାନର ବ୍ୟବସ୍ଥା କରିବେ। ଓଡିଶା ଘଟିଥିବା ଟ୍ରେନ ଦୁର୍ଘଟଣାରେ ୨୮୮ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହ ୧୦୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏଥିସହ ୧୦୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଶିଶୁ, ବୃଦ୍ଧଙ୍କ ସମେତ ଅନେକ ଲୋକ ଅଛନ୍ତି। ରେଳ ଦୁର୍ଘଟଣା ସମଗ୍ର ଦେଶକୁ ଥରାଇ ଦେଇଛି। ଗୌତମ ଆଦାନୀଙ୍କ ଏହି ବିବୃତ୍ତି ଅନାଥ ପିଲାମାନଙ୍କ ପାଇଁ ଆଶାର କିରଣ ପାଲଟିଛି।

ଗୌତମ ଆଦାନୀ ରବିବାର ଟୁଇଟ କରି କହିଛନ୍ତି ଓଡ଼ିଶାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ଆମେ ସମସ୍ତେ ଦୁଃଖିତ। ଆମେ ନିଷ୍ପତ୍ତି ନେଇଛୁ ଏହି ଦୁର୍ଘଟଣାରେ ମାତାପିତାଙ୍କୁ ହରାଇଥିବା ନିରୀହ ପିଲାଙ୍କ ବିଦ୍ୟାଳୟ ଶିକ୍ଷା ଦାୟିତ୍ୱ ଆମେ ଗ୍ରହଣ କରିବୁ। ପୀଡିତ ଏବଂ ସେମାନଙ୍କ ପରିବାରକୁ ସହାୟତା ଯୋଗାଇବା ଏବଂ ପିଲାମାନଙ୍କ ଭବିଷ୍ୟତ ବିକାଶ କରିବା ଆମର ସମସ୍ତଙ୍କର ମିଳିତ ଦାୟିତ୍ୱ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri