Posted inଖେଳ

ସରଫରାଜ ଲିକ୍‌ କରିଛନ୍ତି ଡ୍ରେସିଂ ରୁମ୍‌ ଖବର?ଗମ୍ଭୀର ଯୁବ ବ୍ୟାଟ୍ସମ୍ୟାନଙ୍କ ଉପରେ ଆଣିଲେ ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୫।୧: ଭାରତୀୟ କ୍ରିକେଟ ଟିମ୍‌ ଲାଗି ଅଷ୍ଟ୍ରେଲିଆ ଗସ୍ତ ବେଶ ବିବାଦୀୟ ଥିଲା। ସିରିଜର ପ୍ରଥମ ମ୍ୟାଚ୍‌ ଦଳ ଜିତିଥିଲେ ହେଁ ଲଗାତାର ଭାବେ ବାକି ୪ ମ୍ୟାଚ୍‌ରେ ପରାଜିତ ହୋଇଥିଲା। ଏହି ସମୟରେ ଡ୍ରେସିଂ ରୁମ୍‌ ଖବର ବାହାରକୁ ଆସିଥିଲା। ସିଡନୀରେ ହୋଇଥିବା ଟେଷ୍ଟ ପୂର୍ବରୁ ହେଡ୍‌ କୋଚ୍‌ ଗୌତମ ଗମ୍ଭୀର ଖବରଦାତା ସମ୍ମିଳନୀରେ କୋଚ୍‌ ଏବଂ ଖେଳାଳି ମଧ୍ୟର କଥା ଡ୍ରେସିଂ ରୁମ୍‌ ଯାଏ ସୀମିତ ରହିବା କଥା କହିଥିଲେ। ଏବେ ସେ ଯୁବ କ୍ରିକେଟର ସରଫରାଜ ଖାନ୍‌ଙ୍କ ବିରୋଧରେ ବଡ଼ ଅଭିଯୋଗ ଆଣିଛନ୍ତି। ଡ୍ରେସିଂ ରୁମ୍‌ ଖବର ବାହାରକୁ ଆସିବା ପଛରେ ସେ ଥିବା ଗମ୍ଭୀର କହିଥିବା ଜାତୀୟ ଗଣମାଧ୍ୟମ ନ୍ୟୁଜ ୨୪ ସ୍ପୋଟ୍ସରେ ଦାବି କରାଯାଇଛି।

ରିପୋର୍ଟ ମୁତାବକ ଗମ୍ଭୀର ମୁମ୍ବାଇରେ ହୋଇଥିବା ବିସିସିଆଇର ସମୀକ୍ଷା ବୈଠକରେ ସରଫରାଜଙ୍କ ବିଷୟରେ ଅଭିଯୋଗ ଆଣିଛନ୍ତି। ଏଣୁ ଯେବେ ଯାଏ ଗମ୍ଭୀର କୋଚ୍‌ ରହିବେ ସରଫରାଜଙ୍କ କ୍ୟାରିୟର ଉପରେ ପ୍ରଭାବ ପଡ଼ିପାରେ ବୋଲି କୁହାଯାଉଛି। ତେବେ ସରଫରାଜଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ଗୋଟିଏ ବି ଟେଷ୍ଟ ଖେଳିବାର ସୁଯୋଗ ଦିଆଯାଇ ନ ଥିଲା। ତେବେ ରିପୋର୍ଟ ନେଇ ଗମ୍ଭୀର କିମ୍ବା ସରଫରାଜଙ୍କ ପକ୍ଷରୁ ଏଯାଏ କୌଣସି ଆଧିକାରୀକ ପ୍ରତିକ୍ରିୟା ଆସିନାହିଁ।

ମେଲବର୍ନରେ ଅନୁଷ୍ଠିତ ଟେଷ୍ଟ ମ୍ୟାଚ୍‌ର ଶେଷ ଦିନରେ ଭାରତ ପରାସ୍ତ ହୋଇଥିଲା। ଏହା ପରେ, ଡ୍ରେସିଂ ରୁମରେ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ବହୁତ ରାଗି ଯାଇଥିଲେ। ଇଣ୍ଡିଆନ ଏକ୍ସପ୍ରେସ ରିପୋର୍ଟ କରିଥିଲା ଯେ ଗମ୍ଭୀର ଦଳ ଉପରେ ବର୍ଷିଥିଲେ ଏବଂ କହିଥିଲେ, “ବହୁତ ହେଲା।” ଦଳର ବ୍ୟାଟ୍ସମ୍ୟାନ୍‌ମାନେ ପରିସ୍ଥିତି ଅନୁସାରେ ନ ଖେଳି ଡ୍ରେସିଂ ରୁମରେ ତିଆରି ଯୋଜନା ଅନୁସରଣ କରିବା ପରିବର୍ତ୍ତେ ସେମାନଙ୍କର ’ସ୍ବାଭାବିକ ଖେଳ’ ଖେଳିବାକୁ ଚେଷ୍ଟା କରୁଥିବାରୁ ସେ ତାଙ୍କ ଉପରେ ବିରକ୍ତ ହୋଇଥିଲେ। ଉକ୍ତ ରିପୋର୍ଟରେ କୁହାଯାଇଥିଲା ଯେ ଭାରତୀୟ ଡ୍ରେସିଂ ରୁମର ପରିବେଶ ଭଲ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri