Posted inଖେଳ

ଆଇପିଏଲ୍‌ରେ ମିଳିଲା ଗମ୍ଭୀରଙ୍କୁ ଦାୟିତ୍ୱ

ନୂଆଦିଲ୍ଲୀ,୧୮।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୨ ପୂର୍ବରୁ ଭାରତର ପୂର୍ବତନ ଓପନର ଗୌତମ ଗମ୍ଭୀର ନୂଆ ଲକ୍ଷ୍ନୌ ଫ୍ରାଞ୍ଚାଇଜ୍‌ର ଟିମ୍‌ ମେଣ୍ଟର ଭାବେ ନିଯୁକ୍ତି ପାଇଛନ୍ତି। ଗମ୍ଭୀର ବର୍ତ୍ତମାନ ପାର୍ଲାମେଣ୍ଟ ସଦସ୍ୟ ଅଛନ୍ତି। ସେ ଆଇପିଏଲ୍‌ ଖେଳୁଥିବା ବେଳେ ତାଙ୍କ ଅଧିନାୟକତ୍ୱରେ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ଦୁଇଥର ଟାଇଟଲ ଜିତିଥିଲା। ଗମ୍ଭୀରଙ୍କ ନିଯୁକ୍ତିକୁ ଫ୍ରାଞ୍ଚାଇଜ୍‌ ମାଲିକ ସଞ୍ଜୀବ ଗୋଏଙ୍କା ସ୍ବାଗତ କରିଛନ୍ତି। ଗମ୍ଭୀରଙ୍କ କ୍ରିକେଟ କ୍ୟାରିୟର ରେକର୍ଡ ଖୁବ୍‌ ଭଲ ରହିଛି। ଦଳ ପାଇଁ ସେ ବେଶ୍‌ ଉପଯୋଗୀ ହେବେ ବୋଲି ସେ କହିଛନ୍ତି। ଆଇପିଏଲ୍‌ ପାଇଁ ଫ୍ରାଞ୍ଚାଇଜର ଏପର୍ଯ୍ୟନ୍ତ ନାମକରଣ କରାଯାଇ ନାହିଁ। ୪୦ ବର୍ଷୀୟ ଗମ୍ଭୀର ଭାରତ ତରଫରୁ ୫୮ ଟେଷ୍ଟ, ୧୪୭ ଅନ୍ତର୍ଜାତୀୟ ଦିନିକିଆ ଓ ୩୭ ଅନ୍ତର୍ଜାତୀୟ ଟି୨୦ ଖେଳି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri