Posted inଖେଳ

‘ଗମ୍ଭୀର କ୍ରୋଧି, ଦ୍ରାବିଡଙ୍କ ସ୍ଥାନ ନେଇପାରିବେ ନାହିଁ’

ନୂଆଦିଲ୍ଲୀ,୧୧।୭: ଗୌତମ ଗମ୍ଭୀର ଭାରତୀୟ କ୍ରିକେଟ ଟିମ୍‌ର ମୁଖ୍ୟ କୋଚ୍‌ ଭାବେ ରାହୁଲ ଦ୍ରାବିଡଙ୍କ ସ୍ଥାନ ନେଇଛନ୍ତି। ଟି୨୦ ବିଶ୍ୱକପ୍‌ ପରେ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ଏବେ ଗମ୍ଭୀର କୋଚ୍‌ ନିଯୁକ୍ତ ହେବା ପରେ ଭାରତୀୟ କ୍ରିକେଟର ସହ କ୍ରିକେଟ ବିଶେଷଜ୍ଞମାନେ ପ୍ରଶଂସା କରୁଥିବା ବେଳେ ପୂର୍ବତନ ପାକିସ୍ତାନ କ୍ରିକେଟର ବଡ଼ ବୟାନ ଦେଇଛନ୍ତି।

କ୍ରିକେଟର ବାସିତ ଅଲି କହିଛନ୍ତି, ରାହୁଲ ଦ୍ରାବିଡ ଟିମ୍‌ ଇଣ୍ଡିଆ ଲାଗି ବାପା ସମାନ ଥିଲେ। ଏଣୁ ଗମ୍ଭୀରଙ୍କ ପାଇଁ ସେହି ପଦବୀ ହାସଲ କରିବା କଷ୍ଟକର ହେବ। ଗମ୍ଭୀର କ୍ରୋଧି। ଯଦିଓ କେକେଆର୍‌ ସହ ଆଇପିଏଲ୍‌ରେ ସେ ଭଲ ପ୍ରଦର୍ଶନ କରିଛନ୍ତି, ହେଲେ ଭାରତର କୋଚ୍‌ ଭାବେ ତାଙ୍କ ପାଇଁ କଷ୍ଟସାଧ୍ୟ ହେବ।

ସେ ଆହୁରି ମଧ୍ୟ କହିଛନ୍ତି, ଶ୍ରୀଲଙ୍କା ଏବଂ ବାଲାଂଦେଶ ବିପକ୍ଷ ଆଗାମୀ ସିରିଜ ଗମ୍ଭୀରଙ୍କ ପାଇଁ ଚ୍ୟାଲେଞ୍ଜବିଶିଷ୍ଟ ରହିବ ନାହିଁ। ହେଲେ ନଭେମ୍ବରରେ ହେବାକୁ ଥିବା ଅଷ୍ଟ୍ରେଲିଆ ଗସ୍ତ ତାଙ୍କର ସବୁଠାରୁ ବଡ଼ ପରୀକ୍ଷା ହେବ। କୋହଲିଙ୍କ ସହ ସମ୍ପର୍କକୁ ନେଇ ଗମ୍ଭୀରଙ୍କ ଭୂମିକା ପ୍ରଭାବିତ ହେବ ବୋଲି ସେ କହିଛନ୍ତି। ହେଲେ ଭାରତରେ ତାଙ୍କର ସମାଜସେବାର ସେ ପ୍ରଶଂସା କରିବା ସହ ଭାରତୀୟ କୋଚ୍‌ ଭାବେ ତାଙ୍କୁ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri