Posted inଖେଳ

ଗମ୍ଭୀରଙ୍କ ଫର୍ମୁଲା: ଦ୍ୱିତୀୟ ଟେଷ୍ଟରେ ୫ ବୋଲର ଖେଳାଯାଉ; ବିରାଟଙ୍କ ସ୍ଥାନରେ ଆସନ୍ତୁ ଏହି କ୍ରିକେଟର

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ଟିମ୍‌ ୫ଜଣ ବୋଲର୍‌ଙ୍କୁ ନେଇ ପଡ଼ିଆକୁ ଓହ୍ଲାଉ। ଅଧିନାୟକ ଅଜିଙ୍କ୍ୟ ରାହାଣେ ଚତୁର୍ଥ ସ୍ଥାନରେ ବ୍ୟାଟିଂ କରିବାକୁ ଆସନ୍ତୁ ବୋଲି ପୂର୍ବ ଓପନର ଗୌତମ ଗମ୍ଭୀର କହିଛନ୍ତି। ଦଳର ନିୟମିତ ଅଧିନାୟକ ବିରାଟ କୋହଲୀ ଏବେ ବ୍ୟକ୍ତିଗତ କାରଣକୁ ନେଇ ଛୁଟିରେ ଅଛନ୍ତି। ଏଣୁ ରାହାଣେ ଦଳର ନେତୃତ୍ୱ ନେବେ। ଏହା ଉପରେ ମତ ରଖି ଗମ୍ଭୀର ଏହା କହିଛନ୍ତି।

ଷ୍ଟାର ସ୍ପୋଟର୍‌ସର କାର୍ଯ୍ୟକ୍ରମ ‘କ୍ରିକେଟ କନେକ୍ଟେଡ୍‌’ରେ ଗମ୍ଭୀର କହିଛନ୍ତି, ମୁଁ ରାହାଣେଙ୍କୁ ଚତୁର୍ଥ ସ୍ଥାନରେ ଖେଳୁଥିବା ଦେଖିବାକୁ ପସନ୍ଦ କରିବି। ସେ ଏବେ ଅଧିନାୟକ ଅଛନ୍ତି। ତାଙ୍କୁ ଆଗକୁ ଆସି ଦଳର ନେତୃତ୍ୱ ନେବା ଦରକାର। ଏଣୁ ବିରାଟଙ୍କ ସ୍ଥାନରେ ସେ ଚତୁର୍ଥ ନଂରେ ଖେଳିବା ଉଚିତ।

ଡିସେମ୍ବର ୨୬ରୁ ୩୦ ପର୍ଯ୍ୟନ୍ତ ଖେଳାଯିବାକୁ ଥିବା ବକ୍ସିଂ ଡେ ଟେଷ୍ଟରେ ଲୋକେଶ ରାହୁଲ, ଋଷଭ ପନ୍ଥ ଏବଂ ଶୁଭମନ ଗିଲଙ୍କୁ ଭାରତ ଏକାଦଶରେ ସାମିଲ କରାଯାଉ। ଦଳରେ ୫ଜଣ ବୋଲର ରହିବା ଦ୍ୱାରା ଟିମ୍‌ ମଜଭୂତ ହେବ। ମୟଙ୍କ ଏବଂ ଶୁଭମନ ଓପନିଂ ଭାର ସମ୍ଭାଳିବେ। ପୂଜାରା ୩ୟ ସ୍ଥାନରେ ଖେଳିବାକୁ ଆସିବା ଦରକାର । ରାହୁଲଙ୍କୁ ୫ମ, ପନ୍ଥଙ୍କୁ ୬ଷ୍ଠ ସ୍ଥାନରେ ଖେଳିବାକୁ ଆସିବା ଦରକାର। ଏହାପରେ ରବିନ୍ଦ୍ର ଜାଡେଜା ଏବଂ ରବିଚନ୍ଦ୍ରନ ଅଶ୍ୱିନଙ୍କ ପାଳି ଆସିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri