Posted inଖେଳ

ଟ୍ରକ୍‌ ଡ୍ରାଇଭରଙ୍କ କଲର୍‌ ଧରିଦେଇଥିଲେ ଗୌତମ ଗମ୍ଭୀର: ବଡ଼ ଖୁଲାସା କଲେ ଆକାଶ ଚୋପ୍ରା

ନୂଆଦିଲ୍ଲୀ,୧୬।୯: ଟ୍ରକ ଡ୍ରାଇଭରଙ୍କ ସହ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଲଢେଇର ଏକ ମଜାଳିଆ କାହାଣୀ ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା ବର୍ଣ୍ଣନା କରିଛନ୍ତି। ନିକଟରେ ଏକ ସାକ୍ଷାତକାର ସମୟରେ ଆକାଶ ଚୋପ୍ରା ଗମ୍ଭୀରଙ୍କ ସହ ତାଙ୍କ ସମ୍ପର୍କକୁ ଖୋଲି ଦିଲ୍ଲୀର ଡ୍ରେସିଂ ରୁମରୁ କିଛି ଘଟଣା ମନେ ପକାଇଥିଲେ। ଗମ୍ଭୀରଙ୍କ ଆକ୍ରମଣାତ୍ମକତାକୁ ଅନ୍ୟ କ୍ରିକେଟରଙ୍କ ତୁଳନାରେ ଭିନ୍ନ ବୋଲି ବର୍ଣ୍ଣନା କରିଛନ୍ତି।
ଆକାଶ କହିଛନ୍ତି, ଗମ୍ଭୀର ଜଣେ ଭାବପ୍ରବଣ ବ୍ୟକ୍ତି। ସେ କଠିନ ପରିଶ୍ରମୀ। ଟିକିଏ ଗମ୍ଭୀର, କିନ୍ତୁ ବହୁତ ରନ ସ୍କୋର କରିଛନ୍ତି। ସେ ସବୁବେଳେ ନିଜ ହୃଦୟକଥା ଶୁଣନ୍ତି। ଗମ୍ଭୀର ଥରେ ଦିଲ୍ଲୀରେ ଏକ ଟ୍ରକ ଡ୍ରାଇଭର ସହିତ ଝଗଡା କରିଥିଲେ। ସେ ତାଙ୍କ କାରରୁ ଓହ୍ଲାଇ ଟ୍ରକ ଉପରକୁ ଚଢି ଡ୍ରାଇଭରର କଲର ଧରିବାକୁ ଯାଉଥିଲେ। କାରଣ ଡ୍ରାଇଭର୍‌ ତାଙ୍କ ସହ ଦୁର୍ବ୍ୟବହାର କରୁଥିଲେ।

ତେବେ ଦଳର ଶୀର୍ଷ ସ୍ଥାନ ପାଇଁ କଡ଼ା ପ୍ରତିଯୋଗିତା ଥିବାରୁ ଆକାଶ ସ୍ବୀକାର କରିଛନ୍ତି, ସେ ଗମ୍ଭୀରଙ୍କ ବନ୍ଧୁ ନୁହଁନ୍ତି। ଆମେ ପ୍ରତିଦ୍ୱନ୍ଦ୍ୱିତା କରୁଛୁ କାରଣ ଆମେ ଏକ ସ୍ଥାନ ପାଇଁ ଯୁଦ୍ଧ କରୁଥିଲୁ। ଓପନର୍‌ ଭାବରେ ଆମେ ପ୍ରତିଯୋଗୀତା କରିଥିଲୁ। ସତ କହିବାକୁ ଗଲେ, ଗୌତମ ଜଣେ ବନ୍ଧୁ ନ ଥିଲେ, କିନ୍ତୁ ସେ ଜଣେ ଅତି ଉତ୍ସାହୀ ଖେଳାଳି, ବହୁତ ପରିଶ୍ରମୀ ଥିଲେ।

ସେପ୍ଟେମ୍ବର ୧୯ରୁ ବାଂଲାଦେଶ ବିପକ୍ଷ ଆଗାମୀ ଟେଷ୍ଟରେ ଗମ୍ଭୀର ଭାରତୀୟ ଦଳର ମୁଖ୍ୟ କୋଚ ଭାବରେ କାର୍ଯ୍ୟ କରୁଥିବା ଦେଖିବାକୁ ମିଳିବ। କୋଚ ଭାବେ ଟିମ ଇଣ୍ଡିଆ ସହିତ ଏହା ତାଙ୍କର ପ୍ରଥମ ଟେଷ୍ଟ ସିରିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri