Posted inଖେଳ

ଗୌତମ ଗମ୍ଭୀର ହାଏ ହାଏ ସ୍ଲୋଗାନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ବିରାଟ କୋହଲି: Video ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଇନ୍ଦୋର,୨୦।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ ଶେଷ ହୋଇଛି। ନ୍ୟୁଜିଲାଣ୍ଡ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ୧-୨ରେ ଜିତିଛି। ସିରିଜର ତୃତୀୟ ଏବଂ ଶେଷ ମ୍ୟାଚ ପରେ ଯାହା ଘଟିଲା ତାହା ଆଶ୍ଚର୍ଯ୍ୟଜନକ ଥିଲା। ଦିନିକିଆ ସିରିଜର ଶେଷ ମ୍ୟାଚ ଇନ୍ଦୋରରେ ଖେଳାଯାଇଥିଲା। ଏଠାରେ ଟିମ ଇଣ୍ଡିଆର ନ୍ୟୁଜିଲାଣ୍ଡ ବିପକ୍ଷରେ ପରାଜୟ ପରେ ଗୌତମ ଗମ୍ଭୀରଙ୍କ ବିରୋଧରେ ତୀବ୍ର ନାରାବାଜି ହୋଇଥିଲା। ଷ୍ଟାଡିୟମରେ ଥିବା ପ୍ରଶଂସକମାନେ ‘ଗୌତମ ଗମ୍ଭୀର ହାଏ ହାଏ’ ସ୍ଲୋଗାନ ଦେଇଥିଲେ। ଏହି ନାରାବାଜି ସମୟରେ ସମସ୍ତ ଭାରତୀୟ ଖେଳାଳି ଏବଂ ସପୋର୍ଟ ଷ୍ଟାଫ ଗ୍ରାଉଣ୍ଡରେ ଉପସ୍ଥିତ ଥିଲେ। ମୁଖ୍ୟ କୋଚଙ୍କ ବିରୋଧରେ ନାରାବାଜି ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।

ଇନ୍ଦୋରର ହୋଲକର ଷ୍ଟାଡିୟମ “ଗୌତମ ଗମ୍ଭୀର ହାଏ ହାଏ” ସ୍ଲୋଗାନରେ ପ୍ରତିଧ୍ୱନିତ ହୋଇଥିଲା। ମୁଖ୍ୟ କୋଚଙ୍କ ବିରୋଧରେ ଏସବୁ ଘଟୁଥିବା ସମୟରେ ବିରାଟ କୋହଲି, ଟିମ ଇଣ୍ଡିଆର ଅନ୍ୟ ଖେଳାଳିଙ୍କ ସହିତ ମଧ୍ୟ ଗ୍ରାଉଣ୍ଡରେ ଉପସ୍ଥିତ ଥିଲେ। ଏହା ଦେଖି କୋହଲି ବିରକ୍ତ ହୋଇଯାଇଥିଲେ।

ବିରାଟ କୋହଲି ‘ଗୌତମ ଗମ୍ଭୀର ହାଏ ହାଏ’ ସ୍ଲୋଗାନ କରୁଥିବା ଜନତାଙ୍କୁ ଇଙ୍ଗିତ କଲେ ଏବଂ ସେମାନଙ୍କୁ ଚୁପ ହେବାକୁ କହିଥିଲେ। ଏହାସହ ସେ ମୁଣ୍ଡିରେ ହାତ ଦେଇଥିଲେ। ଗମ୍ଭୀରଙ୍କ ବିରୋଧରେ ଗର୍ଜନ ଏବଂ ବିରାଟଙ୍କ ପ୍ରତିକ୍ରିୟାର ଏକ ଭିଡିଓ ଏବେ ଭାଇରାଲ ହୋଇଛି।

 

View this post on Instagram

 

A post shared by CricEnt (@cricentverse)

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri