Posted inଖେଳ

ଗୌତମ ଗମ୍ଭୀରଙ୍କ ଘରେ ଡିନର ପାର୍ଟି: ଶୁଭମନ ଗିଲ, ରାହୁଲ, ସିରାଜ ସମେତ ଟିମ୍ ଇଣ୍ଡିଆ ଷ୍ଟାଫ ଉପସ୍ଥିତ

ନୂଆଦିଲ୍ଲୀ,୮।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଅକ୍ଟୋବର ୧୦ରୁ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହା ପୂର୍ବରୁ ଭାରତୀୟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଦିଲ୍ଲୀରେ ନିଜ ଆଲିଶାନ ଘରେ ଦଳର ସମସ୍ତ ଖେଳାଳି ଓ ଷ୍ଟାଫ ସଦସ୍ୟଙ୍କୁ ଡିନର ପାର୍ଟି ପାଇଁ ଆମନ୍ତ୍ରଣ କରିଛନ୍ତି। ୮ ଅକ୍ଟୋବର ରାତିରେ ଆୟୋଜିତ ଏହି ପାର୍ଟିରେ ଟେଷ୍ଟ ଦଳର ଅଧିନାୟକ ଶୁଭମନ ଗିଲ, କେଏଲ ରାହୁଲ, ମହମ୍ମଦ ସିରାଜ, ଜସପ୍ରୀତ ବୁମରାହ, ୟଶସ୍ୱୀ ଜୟସ୍ୱାଲ, ପ୍ରସିଦ୍ଧ କ୍ରିଷ୍ଣ, ୱାଶିଂଟନ ସୁନ୍ଦର ଓ କୁଲଦୀପ ଯାଦବ ସମେତ ସମସ୍ତ ଖେଳାଳି ଓ ଷ୍ଟାଫ ସଦସ୍ୟ ଉପସ୍ଥିତ ଥିଲେ।

ଖେଳାଳିମାନେ କ୍ୟାଜୁଆଲ ପୋଷାକରେ ଏକାଠି ବସ୍‌ରେ ଗମ୍ଭୀରଙ୍କ ଘରେ ପହଞ୍ଚିଥିଲେ। ଭାରତ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୦ରେ ଆଗୁଆ ରହିଛି। ଦ୍ୱିତୀୟ ଟେଷ୍ଟ ଶୁକ୍ରବାର ସକାଳ ୯:୩୦ରେ ଆରମ୍ଭ ହେବ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri