ମାଥ୍ୟୁସଙ୍କ ବିବାଦୀୟ ଆଉଟ: ଶାକିବଙ୍କ ଖେଳୁଆଡ଼ ମନୋଭାବ ନେଇ ପ୍ରଶ୍ନ ଉଠାଇଲେ ବରିଷ୍ଠ ଖେଳାଳି

ନୂଆଦିଲ୍ଲୀ,୬।୧୧: ଚାଲିଥିବା ଦିନିକିଆ ବିଶ୍ୱକପରେ ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ବାଂଲାଦେଶ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଅନେକ ବିବାଦୀୟ ମୁହୂର୍ତ୍ତ ଦେଖିବାକୁ ମିଳିଛି। ଏହି ମ୍ୟାଚରେ ଶ୍ରୀଲଙ୍କାର ଏଞ୍ଜଲା ମାଥ୍ୟୁସଙ୍କ ଆଉଟ ସବୁଠି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଯେଉଁ ପ୍ରକାରେ ମାଥ୍ୟୁସଙ୍କୁ ବାଂଲାଦେଶ ଟିମ୍ ଆଉଟ କଲେ ତାହାକୁ ଅନେକ ବରିଷ୍ଠ ଖେଳାଳି ନାପସନ୍ଦ କରିଛନ୍ତି।

ଭାରତର ବରିଷ୍ଠ କ୍ରିକେଟର ଗୌତମ ଗମ୍ଭୀର ଏହି ଘଟଣାରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଗମ୍ଭୀର ଟୁଇଟ କରି ଲେଖିଛନ୍ତି ‘ଦିଲ୍ଲୀରେ ଆଜି ଯାହା କିଛି ଘଟିଲା ତାହା ନିରାଶ ଜନକ ଥିଲା।’ ଗମ୍ଭୀରଙ୍କ ବ୍ୟତୀତ ଅନେକ ବରିଷ୍ଠ ଖେଳାଳିମାନେ ଶାକିବ ଅଲ ହାସନଙ୍କ ଆଲୋଚନା କରିଥିଲେ।

ମ୍ୟାଚରେ ଶ୍ରୀଲଙ୍କାର ଖେଳାଳି ଆଞ୍ଜେଲୋ ମାଥ୍ୟୁସଙ୍କୁ ଟାଇମ୍‌ ଆଉଟ୍‌ ଘୋଷଣା କରାଯାଇଥିଲା। ଆଜି ପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟରେ ଏହିପରି ଟାଇମ୍‌ ଆଉଟ୍‌ ଜରିଆରେ କୌଣସି ବ୍ୟାଟ୍ସମ୍ୟାନଙ୍କୁ ପାଭିଲିୟନକୁ ଫେରିବାକୁ ପଡି ନ ଥିଲା। ମାଥ୍ୟୁସ ୧୪୬ ବର୍ଷର କ୍ରିକେଟ ଇତିହାସରେ ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଟାଇମ୍‌ ଆଉଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଖେଳିବେନି ବୁମ୍‌ରା-ହାର୍ଦ୍ଦିକ! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେଉଛି ଦିନିକିଆ ସିରିଜ। ଏହି ସିରିଜରେ ତିନୋଟି ଦିନିକିଆ ଖେଳାଯିବ, କିନ୍ତୁ ଗଣମାଧ୍ୟମ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri