ମାଥ୍ୟୁସଙ୍କ ବିବାଦୀୟ ଆଉଟ: ଶାକିବଙ୍କ ଖେଳୁଆଡ଼ ମନୋଭାବ ନେଇ ପ୍ରଶ୍ନ ଉଠାଇଲେ ବରିଷ୍ଠ ଖେଳାଳି

ନୂଆଦିଲ୍ଲୀ,୬।୧୧: ଚାଲିଥିବା ଦିନିକିଆ ବିଶ୍ୱକପରେ ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ବାଂଲାଦେଶ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଅନେକ ବିବାଦୀୟ ମୁହୂର୍ତ୍ତ ଦେଖିବାକୁ ମିଳିଛି। ଏହି ମ୍ୟାଚରେ ଶ୍ରୀଲଙ୍କାର ଏଞ୍ଜଲା ମାଥ୍ୟୁସଙ୍କ ଆଉଟ ସବୁଠି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଯେଉଁ ପ୍ରକାରେ ମାଥ୍ୟୁସଙ୍କୁ ବାଂଲାଦେଶ ଟିମ୍ ଆଉଟ କଲେ ତାହାକୁ ଅନେକ ବରିଷ୍ଠ ଖେଳାଳି ନାପସନ୍ଦ କରିଛନ୍ତି।

ଭାରତର ବରିଷ୍ଠ କ୍ରିକେଟର ଗୌତମ ଗମ୍ଭୀର ଏହି ଘଟଣାରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଗମ୍ଭୀର ଟୁଇଟ କରି ଲେଖିଛନ୍ତି ‘ଦିଲ୍ଲୀରେ ଆଜି ଯାହା କିଛି ଘଟିଲା ତାହା ନିରାଶ ଜନକ ଥିଲା।’ ଗମ୍ଭୀରଙ୍କ ବ୍ୟତୀତ ଅନେକ ବରିଷ୍ଠ ଖେଳାଳିମାନେ ଶାକିବ ଅଲ ହାସନଙ୍କ ଆଲୋଚନା କରିଥିଲେ।

ମ୍ୟାଚରେ ଶ୍ରୀଲଙ୍କାର ଖେଳାଳି ଆଞ୍ଜେଲୋ ମାଥ୍ୟୁସଙ୍କୁ ଟାଇମ୍‌ ଆଉଟ୍‌ ଘୋଷଣା କରାଯାଇଥିଲା। ଆଜି ପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟରେ ଏହିପରି ଟାଇମ୍‌ ଆଉଟ୍‌ ଜରିଆରେ କୌଣସି ବ୍ୟାଟ୍ସମ୍ୟାନଙ୍କୁ ପାଭିଲିୟନକୁ ଫେରିବାକୁ ପଡି ନ ଥିଲା। ମାଥ୍ୟୁସ ୧୪୬ ବର୍ଷର କ୍ରିକେଟ ଇତିହାସରେ ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଟାଇମ୍‌ ଆଉଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!

ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri