Posted inଖେଳ

ଏମ୍‌ପି ସତ୍ତ୍ୱେ ଆଇପିଏଲ୍‌ରେ କାହିଁକି କରୁଛନ୍ତି କାମ? ସମାଲୋଚକଙ୍କ ମୁହଁ ବନ୍ଦ କଲେ…

ନୂଆଦିଲ୍ଲୀ,୪।୬: ପୂର୍ବତନ କ୍ରିକେଟର ତଥା ବର୍ତ୍ତମାନର ଏମ୍‌ପି ଗୌତମ ଗମ୍ଭୀର ଆଇପିଏଲ୍‌ରେ କମେଣ୍ଟ୍ରି କରୁଥିବା ନଜର ଆସିଥିଲେ। ଏହାକୁ ନେଇ ତାଙ୍କୁ ସମାଲୋଚିତ ହେବାକୁ ପଡ଼ିଥିଲା। ଏମ୍‌ପି ହେବା ସତ୍ତ୍ୱେ ସେ କମେଣ୍ଟ୍ରି କରି ରୋଜଗାର କରୁଥିବା ଲୋକେ କହୁଥିଲେ। ଏବେ ଗୌତମ ଏଭଳି କଥାର ଜବାବ ରଖିଛନ୍ତି।

ଏକ ଖବରଦାତା ସମ୍ମିଳନୀରେ ଗମ୍ଭୀର କହିଛନ୍ତି, ୫୦୦୦ ଲୋକଙ୍କୁ ମାସେ ଯାଏ ଖାଦ୍ୟ ଖୁଆଇବା ଲାଗି ୨୫ ଲକ୍ଷ ଟଙ୍କା ଲାଗିଥାଏ। ଏମିତି ହିସାବ କଲେ ବର୍ଷକୁ ୨.୭୫ କୋଟି ଟଙ୍କା ହେବ। ଲାଇବ୍ରେରୀ କରିବା ଲାଗି ୨୫ ଲକ୍ଷ ଖର୍ଚ୍ଚ ହୋଇଛି। ଏସବୁ ଏମ୍‌ପିଲାଡ୍‌ ଫଣ୍ଡରୁ ହୋଇନାହିଁ। ସେଠାରୁ ଜନ ରସୋଇ ଚାଲୁନାହିଁ। ଲୋକମାନଙ୍କୁ ଖୁଆଇବା ଲାଗି ଏବଂ ଲାଇବ୍ରେରୀ କରିବା ଲାଗି ମୋତେ କାମ କରିବାକୁ ପଡେ। ଏପରି କଲେ ମୋତେ ଲାଜ ଲାଗେ ନାହିଁ। ବରଂ ଏହା ପଛରେ ବହୁତ ବଡ଼ ଉଦ୍ଦେଶ୍ୟ ରହିଛି ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଏମ୍‌ପି ଭାବେ ଗମ୍ଭୀର ଜନ ରସୋଇ ଅଭିଯାନ ଆରମ୍ଭ କରିଥିଲେ। ଏଠାରେ ଲୋକଙ୍କୁ ଟଙ୍କାଏ ମୂଲ୍ୟରେ ଖାଇବାକୁ ଦିଆଯାଉଛି। ସେ ନିଜ ଲୋକ ସଭା କ୍ଷେତ୍ରର ଭିନ୍ନ ଭିନ୍ନ ସ୍ଥାନରେ ଏଭଳି ରୋଷେଇ ବ୍ୟବସ୍ଥା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri