Posted inଖେଳ

ସଞ୍ଜୁଙ୍କୁ ଛାଡ଼ି ବୈଭବଙ୍କୁ ସୁଯୋଗ ଦେବା ଥିଲା ଗମ୍ଭୀରଙ୍କ ପାଇଁ କଠିନ ନିଷ୍ପତ୍ତି: କହିଲେ- ସେହି ରାତିରେ ମୁଁ…

ନୂଆଦିଲ୍ଲୀ,୨୪।୯: IPL ୨୦୨୬ ପରେ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଟି-୨୦ ଦଳରେ ଲଗାତାର ସୁଯୋଗ ମିଳୁଛି। ପ୍ରଥମେ ଆୟର୍ଲାଣ୍ଡ ବିପକ୍ଷ ୨ ମ୍ୟାଚ୍ର ଟି-୨୦ ସିରିଜରେ ତାଙ୍କୁ ଦଳରେ ସାମିଲ କରାଯାଇଥିଲା। ତେବେ ସେହି ସିରିଜରେ ତାଙ୍କୁ ପ୍ଲେଇଂ-୧୧ରେ ସ୍ଥାନ ମିଳିନଥିଲା।

ଏହାପରେ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚରେ ଟି-୨୦ ସିରିଜରେ ବୈଭବଙ୍କୁ ୩ଟି ମ୍ୟାଚ ଖେଳିବାର ସୁଯୋଗ ମିଳିଥିଲା। ସଞ୍ଜୁ ସାମସନଙ୍କ ସ୍ଥାନରେ ତାଙ୍କୁ ପ୍ଲେଇଂ-୧୧ରେ ସାମିଲ କରାଯାଇଥିଲା। ଏହି ସିରିଜରେ ହିଁ ବୈଭବ ଭାରତ ପାଇଁ ଟି-୨୦ ଡେବ୍ୟୁ କରିଥିଲେ। ସଞ୍ଜୁ ସାମସନଙ୍କୁ ପ୍ଲେଇଂ-୧୧ରୁ ବାଦ୍‌ ଦେଇ ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ ଦେବା ନିଷ୍ପତ୍ତି ଭାରତୀୟ ଟିମର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ପାଇଁ ବେଶ କଷ୍ଟକର ଥିଲା। ଜିଓ ହଟଷ୍ଟାର ସହ ଆଲୋଚନା ସମୟରେ ଗମ୍ଭୀର ଏହା ପ୍ରକାଶ କରିଛନ୍ତି।

ଗମ୍ଭୀରଙ୍କ କହିବା ଅନୁଯାୟୀ, ଭାରତୀୟ ଦଳର କୋଚ ଭାବେ ତାଙ୍କ କାର୍ଯ୍ୟକାଳରେ ସଞ୍ଜୁଙ୍କୁ ପ୍ଲେଇଂ-୧୧ରୁ ବାଦ୍‌ ଦେବା ନିଷ୍ପତ୍ତି ତାଙ୍କ ପାଇଁ ସବୁଠୁ କଠିନ ନିଷ୍ପତ୍ତି ମଧ୍ୟରୁ ଗୋଟିଏ ଥିଲା। ଏହି ନିଷ୍ପତ୍ତି ନେବା ପରେ ସେହି ରାତିରେ ତାଙ୍କୁ ନିଦ ଆସିନଥିଲା ବୋଲି ଗମ୍ଭୀର କହିଛନ୍ତି। ସେ ଏହା ମଧ୍ୟ କହିଥିଲେ ଯେ ଏ ସମ୍ପର୍କରେ ସଞ୍ଜୁ ସାମସନଙ୍କୁ ମଧ୍ୟ ସେ ଜଣାଇଥିଲେ। କାରଣ ଟି-୨୦ରେ ତାଙ୍କ କୋଚିଂ ଯାତ୍ରାରେ ଏହା ଏକ ବଡ଼ ନିଷ୍ପତ୍ତି ଥିଲା। ଟି-୨୦ ବିଶ୍ୱକପ ୨୦୨୬ର ପ୍ରାରମ୍ଭିକ ମ୍ୟାଚଗୁଡ଼ିକରେ ସଞ୍ଜୁ ସାମସନଙ୍କୁ ସୁଯୋଗ ମିଳିନଥିଲା। କିନ୍ତୁ ସୁଯୋଗ ପାଇବା ପରେ ସେ ବ୍ୟାଟରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ।

ସଞ୍ଜୁ ମାତ୍ର ୫ଟି ମ୍ୟାଚ ଖେଳି ୮୦.୨୫ ହାରାହାରିରେ ୩୨୧ ରନ କରିଥିଲେ। ଭାରତ ପାଇଁ ଏହି ଟୁର୍ନାମେଣ୍ଟରେ ସେ ସର୍ବାଧିକ ରନ ସ୍କୋରର ହୋଇଥିଲେ। ଦ୍ୱିତୀୟ ସ୍ଥାନରେ ଥିଲେ ଇଶାନ କିଶନ। ଇଶାନ ୯ଟି ମ୍ୟାଚ ଖେଳି ୩୧୭ ରନ କରିଥିଲେ। ଜିମ୍ବାୱେ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜରେ ସଞ୍ଜୁଙ୍କୁ ସୁଯୋଗ ମିଳିନଥିଲା। ଏହାପରେ ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚର ଟି-୨୦ ସିରିଜରେ ତାଙ୍କୁ ଦଳରେ ସାମିଲ କରାଯାଇଥିଲା।
ଏହି ସିରିଜରେ ସଞ୍ଜୁ ୩ଟି ମ୍ୟାଚ ଖେଳି ୨ଟି ଅର୍ଦ୍ଧଶତକ ହାସଲ କରିଥିଲେ। ପ୍ରଥମ ମ୍ୟାଚରେ ସେ ୧୦ ରନ, ଦ୍ୱିତୀୟ ମ୍ୟାଚରେ ୫୭ ରନ ଏବଂ ତୃତୀୟ ମ୍ୟାଚ୍ରେ ୫୦ ରନ କରିଥିଲେ। ଭାରତ ପାଇଁ ଏପର୍ଯ୍ୟନ୍ତ ସଞ୍ଜୁ ସାମସନ ୭୦ଟି ଟି-୨୦ ମ୍ୟାଚରେ ୧୫୫୮ ରନ କରିଛନ୍ତି। ଏଥିରେ ୩ଟି ଶତକ ଓ ୮ଟି ଅର୍ଦ୍ଧଶତକ ସାମିଲ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

‘ବୈଭବଙ୍କ ପାଇଁ ମୋ ନିଦ ହଜିଯାଇଥିଲା’, ଏମିତି କାହିଁକି କହିଲେ ଗମ୍ଭୀର? ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଏକ ବଡ଼ ଖୁଲାସା କରିଛନ୍ତି। ସଞ୍ଜୁ ସାମସନଙ୍କୁ ଟି-୨୦ ଦଳରୁ ବାଦ ଦେବା ତାଙ୍କ ଏପର୍ଯ୍ୟନ୍ତର…

ସମସ୍ୟ ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

ଗାଁରେ ପଶିଲା ସମୁଦ୍ର ଜୁଆର: ଅପହଞ୍ଚ ସାନ୍ତାଳୀ ଗାଁ ପାଣିଖିଆରେ ଦୁଇଟି ଘାଇ

ମହାକାଳପଡ଼ା, ୨୪।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଆସି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଏକ…

ଉଚ୍ଚତା ମାତ୍ର ୪ ଫୁଟ ୭ ଇଞ୍ଚ, ୨୧୫ କିଲୋ ଭାର ଉଠାଇ ଚମତ୍କାର କଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୪।୯: ଏସିଆନ ଗେମ୍ସର ୪୯ କିଲୋଗ୍ରାମ ମହିଳା ଭାରୋତ୍ତୋଳନ ବର୍ଗରେ ଭାରତକୁ ରୌପ୍ୟ ପଦକ ମିଳିଛି। ଭାରତୀୟ ଷ୍ଟାର୍‌ ଭାରୋତ୍ତୋଳକ ମୀରାବାଇ ଚାନୁ ରୌପ୍ୟ ପଦକ ଜିତିଥିବା…

ଦେଶରେ ପୁଣି ବଢ଼ିବ ପେଟ୍ରୋଲ-ଡିଜେଲ ଦର! ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ

ନୂଆଦିଲ୍ଲୀ,୨୪।୯: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ହର୍ମୁଜ ସଙ୍କଟ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ବା କ୍ରୁଡ୍‌ ଅଏଲ ଦର ଗତ କିଛି…

ରୋହିତଙ୍କ ସହ ସମ୍ପର୍କକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଗମ୍ଭୀର, କହୁ କହୁ କହିଦେଲେ… ଚାରିଆଡ଼େ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଓ ଖେଳାଳିଙ୍କ ମଧ୍ୟରେ ସମ୍ପର୍କ ସବୁବେଳେ ଚର୍ଚ୍ଚାରେ ରହିଥାଏ। ବିଶେଷକରି ଅଧିନାୟକ ଓ କୋଚ୍‌ଙ୍କ ସମ୍ପର୍କ…

ବାତ୍ୟା ଅର୍ଣ୍ଣବ ପ୍ରଭାବ: ପରିସ୍ଥିତିର ସମୀକ୍ଷା କରିବେ ବିଧାୟକ

କୋରାପୁଟ, ୨୪।୯ (ଅମିତାଭ ବେହେରା): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କୋରାପୁଟ ଜିଲାରେ ଜାରି ରହିଛି ବର୍ଷା। ବୁଧବାର ସକାଳ ୮ଟାରୁ ଗୁରୁବାର ସକାଳ ୮ଟା ପର୍ଯ୍ୟନ୍ତ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?