Posted inଖେଳ

ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି ଅଶ୍ୱିନଙ୍କ ୟୁଟ୍ୟୁବ ଚ୍ୟାନେଲରେ ଗୌତମ ଗମ୍ଭୀର ନିଜର ମତ ରଖିଥିଲେ। ଏହି ସମୟରେ ସେ ନିଜ କ୍ୟାରିୟରର ସଂଘର୍ଷ ବିଷୟରେ ଖୋଲାଖୋଲି ଭାବରେ କଥା ହୋଇଥିଲେ। ଗମ୍ଭୀର କହିଛନ୍ତି, ଜୁନିୟର ସ୍ତରୀୟ ଟୁର୍ନାମେଣ୍ଟରେ ମୋତେ ଭେଦଭାବର ସାମ୍ନା କରିବାକୁ ପଡ଼ିଥିଲା। ମୁଁ ୧୨ କିମ୍ବା ୧୩ ବର୍ଷ ବୟସରେ ପ୍ରଥମ ଥର ପାଇଁ ୧୪ ବର୍ଷରୁ କମ ଟୁର୍ନାମେଣ୍ଟ ପାଇଁ ଚେଷ୍ଟା କଲି, ସେତେବେଳେ ମୋତେ ମନୋନୀତ କରାଗଲା ନାହିଁ। କାରଣ ମୁଁ ଚୟନକର୍ତ୍ତାଙ୍କ ପାଦ ଛୁଇଁ କରି ନ ଥିଲି, ସେବେଠାରୁ ମୁଁ ନିଜକୁ ପ୍ରତିଶୃତି ଦେଇଥିଲି ଯେ ମୁଁ କାହାର ପାଦ ଛୁଇଁବି ନାହିଁ ଏବଂ ମୁଁ କାହାକୁ ମୋର ପାଦ ଛୁଇଁବାକୁ ଦେବି ନାହିଁ।
ପୂର୍ବତନ ଭାରତୀୟ କ୍ରିକେଟର କହିଛନ୍ତି, ମୋର ମନେ ଅଛି, ଯେତେବେଳେ ବି ମୁଁ ମୋ କ୍ୟାରିୟରରେ ବିଫଳ ହୋଇଥିଲି, ଅଣ୍ଡର -୧୬, ଅଣ୍ଡର -୧୯, ରଣଜୀ ଟ୍ରଫି କିମ୍ବା ମୋର ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ହେଉ … ଲୋକମାନେ କହୁଥିଲେ ମୁଁ ଧନୀ ପରିବାରର, କ୍ରିକେଟ ଖେଳିବାର ଆବଶ୍ୟକତା ନାହିଁ ।
ଗୌତମ ଗମ୍ଭୀର ଆଇପିଏଲରେ କୋଲକାତା ନାଇଟ ରାଇଡର୍ସର ମେଣ୍ଟର ଭୂମିକାରେ ଅଛନ୍ତି। ଏହି ସିଜିନ୍‌ରେ ଗମ୍ଭୀରଙ୍କ ପରାମର୍ଶରେ କୋଲକାତା ନାଇଟ ରାଇଡର୍ସ ଏକ ଚମତ୍କାର ପ୍ରଦର୍ଶନ କରିଛି। କୋଲକାତା ନାଇଟ ରାଇଡର୍ସ ୧୪ଟି ମ୍ୟାଚରେ ୨୦ ପଏଣ୍ଟ ସହ ଶୀର୍ଷରେ ଅଛି। ଏଥି ସହିତ ପ୍ରଥମ ଯୋଗ୍ୟତା ପର୍ଯ୍ୟାୟରେ କୋଲକାତା ନାଇଟ ରାଇଡର୍ସ ସନରାଇଜର୍ସ ହାଇଦ୍ରାବାଦର ଚ୍ୟାଲେଞ୍ଜର ସମ୍ମୁଖୀନ ହେବ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ଏହାପୂର୍ବରୁ କୋଲକାତା ନାଇଟ ରାଇଡର୍ସ ଦୁଇଥର ଆଇପିଏଲ ଟାଇଟଲ ଜିତିଛନ୍ତି। ଗୌତମ ଗମ୍ଭୀର ଉଭୟ ଥର କୋଲକାତା ନାଇଟ ରାଇଡର୍ସର ଅଧିନାୟକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍‌ ଗୌତମ ଗମ୍ଭୀର...

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri