Posted inଖେଳ

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଗୋଟିଏ ମ୍ୟାଚରେ ମଧ୍ୟ ଖେଳିବାର ସୁଯୋଗ ନମିଳିବା ନେଇ ଫ୍ୟାନ୍ସଙ୍କ ମଧ୍ୟରେ ନିରାଶା ଦେଖିବାକୁ ମିଳିଛି। ଏବେ ବୈଭବଙ୍କୁ ଆଉ କେତେଦିନ ପ୍ଲେଇଂ ଇଲେଭେନ୍‌ରୁ ବାହାରେ ବସିବାକୁ ପଡ଼ିବ, ସେନେଇ ମୁହଁ ଖୋଲିଛନ୍ତି ଟିମ ଇଣ୍ଡିଆର ହେଡ କୋଚ ଗୌତମ ଗମ୍ଭୀର।

ଆଫଗାନିସ୍ତାନ ବିପକ୍ଷ ତିନିଟି ଟି-୨୦ ମ୍ୟାଚ୍ରେ ସଞ୍ଜୁ ସାମସନ ଓପନିଂ କରିଥିଲେ। ମିଳିଥିବା ସୁଯୋଗକୁ ସେ ଭଲ ଭାବେ ବ୍ୟବହାର କରି ତିନିଟି ପାଳିରେ ଦୁଇଟି ଅର୍ଦ୍ଧଶତକ ହାସଲ କରିଛନ୍ତି। ଏଭଳି ସ୍ଥିତିରେ ବୈଭବଙ୍କୁ ଦଳରେ ନିଜ ସୁଯୋଗ ପାଇଁ ଆହୁରି ଅପେକ୍ଷା କରିବାକୁ ପଡ଼ିପାରେ।

ତୃତୀୟ ଟି-୨୦ ପରେ ଖବରଦାତା ସମ୍ମିଳନୀରେ ଗୌତମ ଗମ୍ଭୀର କହିଥିଲେ ଯେ ବୈଭବଙ୍କ ସହ ତାଙ୍କ ସୁଯୋଗକୁ ନେଇ ସ୍ପଷ୍ଟ ଭାବେ ଆଲୋଚନା ହୋଇଛି। ତାଙ୍କୁ ନିଜ ସୁଯୋଗ ପାଇଁ ଅପେକ୍ଷା କରିବାକୁ ପଡ଼ିବ ବୋଲି ଗମ୍ଭୀର କହିଛନ୍ତି।
ଗମ୍ଭୀର ବୈଭବଙ୍କ ପ୍ରତିଭାକୁ ମଧ୍ୟ ପ୍ରଶଂସା କରିଛନ୍ତି। ତାଙ୍କ ମତରେ, ଏହି ୧୫ ବର୍ଷୀୟ ଖେଳାଳିଙ୍କ ମଧ୍ୟରେ ଅପାର ପ୍ରତିଭା ରହିଛି ଏବଂ ସେ ଆଗକୁ ବହୁତ କିଛି କରିବାର କ୍ଷମତା ରଖନ୍ତି।

ଗମ୍ଭୀର ସ୍ପଷ୍ଟ କରିଛନ୍ତି ଯେ ଦଳରେ ସୁଯୋଗ ଦେବା ସମୟରେ ନିକଟ ଅତୀତର ପ୍ରଦର୍ଶନକୁ ଗୁରୁତ୍ୱ ଦିଆଯିବ। ତାଙ୍କ କହିବା ଅନୁସାରେ, ଯେଉଁ ଖେଳାଳି ଗତ ୨-୩ ବର୍ଷ ଧରି ଲଗାତାର ଭଲ ପ୍ରଦର୍ଶନ କରିଆସୁଛନ୍ତି, ସେ ନିକଟରେ ଦଳକୁ ଆସିଥିବା ଖେଳାଳିଙ୍କ ତୁଳନାରେ ପ୍ରଥମେ ସୁଯୋଗ ପାଇବେ। ତେଣୁ ବୈଭବଙ୍କ ପ୍ରତିଭା ନେଇ କୌଣସି ପ୍ରଶ୍ନ ନଥିଲେ ମଧ୍ୟ ତାଙ୍କୁ ନିଜ ସୁଯୋଗ ପାଇଁ ଅପେକ୍ଷା କରିବାକୁ ପଡ଼ିବ। ଆଗାମୀ ମ୍ୟାଚଗୁଡ଼ିକରେ ଏହି ଯୁବ ବ୍ୟାଟରଙ୍କୁ କେବେ ପ୍ଲେଇଂ ଇଲେଭେନ୍‌ରେ ସ୍ଥାନ ମିଳୁଛି, ଏବେ ତାହା ଉପରେ ଫ୍ୟାନ୍ସଙ୍କ ନଜର ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?