Posted inଜାତୀୟ

ନିର୍ବାଚନ ଲଢିବେ ନାହିଁ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨।୩: ଆସନ୍ତା ଲୋକ ସଭା ନିର୍ବାଚନକୁ ନେଇ ବହୁ ଆଲୋଚନା ଚାଲିଥିବା ବେଳେ ଏକ ଚମକାଇବା ଭଳି ଖବର ସାମ୍ନାକୁ ଆସିଛି। କ୍ରିକେଟରରୁ ନେତା ହୋଇଥିବା ଗୌତମ ଗମ୍ଭୀର ନିର୍ବାଚନ ଲଢିବେ ନାହିଁ ବୋଲି ଜଣାପଡିଛି। ସେ ନିଜେ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଶନିବାର ସକାଳେ ସେ ଟୁଇଟ କରି ଏହି ସୂଚନା ଦେଇଛନ୍ତି।
ସେ ଟୁଇଟ କରି ଲେଖିଛନ୍ତି ମୋତେ ରାଜନୈତିକ ଦାୟିତ୍ୱରୁ ମୁକ୍ତ କରିବାକୁ ମୁଁ ଭାଜପା ସଭାପତି ଜେପି ନଡାଙ୍କୁ ନିବେଦନ କରୁଛି, ଯାହାଫଳରେ ମୁଁ କ୍ରିକେଟ ଉପରେ ଧ୍ୟାନ ଦେଇ ପାରିବି ବୋଲି ଗୌତମ କହିଛନ୍ତି। ଗୌତମ ଗମ୍ଭୀର ପୂର୍ବ ଦିଲ୍ଲୀ ଲୋକ ସଭା ଆସନରୁ ଭାଜପା ଏପି। ୨୦୧୯ ଲୋକ ସଭା ନିର୍ବାଚନରେ ଜିତିବା ପରେ ସେ ପ୍ରଥମ ଥର ପାଇଁ ସଂସଦରେ ପହଞ୍ଚିଥିଲେ।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଗୌତମ ଲେଖିଛନ୍ତି, ମୁଁ ପାର୍ଟି ଅଧ୍ୟକ୍ଷ ମାନନୀୟ ଜେପି ନଡ୍ଡାଙ୍କୁ ମୋର ରାଜନୈତିକ କର୍ତ୍ତବ୍ୟରୁ ମୁକ୍ତ କରିବାକୁ ଅନୁରୋଧ କରିଛି। ଯାହାଫଳରେ ମୁଁ ଆଗାମୀ ଦିନରେ କ୍ରିକେଟକୁ ଦେଇଥିବା କଥା ଉପରେ ଧ୍ୟାନ କେନ୍ଦ୍ରିତ କରିପାରିବି। ସେ ଆହୁରି ମଧ୍ୟ ଲେଖିଥିଲେ, ମୋତେ ଲୋକଙ୍କର ସେବା କରିବାର ସୁଯୋଗ ଦେଇଥିବାରୁ ମୁଁ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାନ୍ୟବର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଅଶେଷ ଧନ୍ୟବାଦ ଜଣାଉଛି। ଜୟ ହିନ୍ଦ। ଏବେ ଦେଖିବାକୁ ପଡିବ ଯେ କେଉଁ ପ୍ରାର୍ଥୀଙ୍କୁ ଭାଜପା ପୂର୍ବ ଦିଲ୍ଲୀରୁ ଟିକେଟ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri