Posted inଜାତୀୟ

କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ଏମିତି ଟୁଇଟ୍‌ କଲେ ଗମ୍ଭୀର

ନୂଆଦିଲ୍ଲୀ, ୩।୬: ଭାଜପା ଏମ୍‌ପି ଗୌତମ ଗମ୍ଭୀରଙ୍କ ଫାଉଣ୍ଡେଶନ ବେଆଇନ ଭାବେ କୋଭିଡ୍‌-୧୯ ଔଷଧ କିଣିଥିଲା। ଆଉ ତାହାକୁ ବିନା ଅନୁମତିରେ ବାଣ୍ଟି ଥିଲେ ବୋଲି ଦିଲ୍ଲୀର ଔଷଧ ନିୟନ୍ତ୍ରକ ଗୁରୁବାର ଦିଲ୍ଲୀ ହାଇକୋର୍ଟରେ କହିଛନ୍ତି।

କୋର୍ଟଙ୍କ ଶୁଣାଣି ପରେ ଗମ୍ଭୀର ସ୍ବାଧୀନତା ସଂଗ୍ରାମୀ ଭଗତ ସିଂଙ୍କ ବାଣୀକୁ ଟୁଇଟ୍‌ କରିଛନ୍ତି। କ୍ରିକେଟରରୁ ରାଜନେତା ପାଲଟିଥିବା ଗମ୍ଭୀର ନିଜ ମତରେ ସେ କୌଣସି ଭୁଲ କରିନାହାନ୍ତି। ଲୋକଙ୍କ ହିତ ଲାଗି ଯାହା କରିପାରିବେ, ତାହା ଜାରି ରଖିବେ ବୋଲି ଜଣାଇ ଦେଇଛନ୍ତି। “ମୁଁ ଜଣେ ମଣିଷ ଓ ମାନବଜାତିକୁ ପ୍ରଭାବିତ କରୁଥିବା ପ୍ରତ୍ୟେକ ବିଷୟ ମୋତେ ଚିନ୍ତିତ କରେ – ସର୍ଦ୍ଦାର ଭଗତ ସିଂ” ବୋଲି ଗମ୍ଭୀର ଟୁଇଟ୍‌ କରିଛନ୍ତି।

ଦିଲ୍ଲୀର ଡ୍ରଗ କଣ୍ଟ୍ରୋଲର ହାଇକୋର୍ଟଙ୍କୁ କହିଛନ୍ତି, କୋଭିଡ୍‌-୧୯ ଆକ୍ରାନ୍ତଙ୍କ ଚିକିତ୍ସାରେ ବ୍ୟବହୃତ ହେଉଥିବା ଔଷଧ ଫାବିଫ୍ଲୁକୁ ବିନା ଲାଇସେନ୍ସରେ କିଣିବା ଓ ମାଗଣାରେ ବାଣ୍ଟିବା ଘଟଣାରେ ଗମ୍ଭୀରଙ୍କ ଫାଉଣ୍ଡେଶନ ଦୋଷୀ ସାବ୍ୟସ୍ତ ହୋଇଛି। ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ପ୍ରବୀଣ କୁମାର ମଧ୍ୟ ସମାନ ପ୍ରକାର ଅପରାଧରେ ଲିପ୍ତ ଥିଲେ। ଦୁହେଁ ଡ୍ରଗ ଓ କସମେଟିକ୍ସ ଆଇନର ୧୮ ସି ଧାରା ଉଲ୍ଲଂଘନ କରିଛନ୍ତି। ଏଥିଯୋଗୁ ଦୁଇ ନେତାଙ୍କୁ ୫ ବର୍ଷର କାରାଦଣ୍ଡ ଭୋଗିବାକୁ ପଡ଼ିପାରେ।

ଆଉ ବିଳମ୍ବ ନ କରି ଗମ୍ଭୀର ଓ ପ୍ରବୀଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବା ଦରକାର ବୋଲି ଦିଲ୍ଲୀ ଡ୍ରଗ କଣ୍ଟ୍ରୋଲର ପକ୍ଷରୁ ହାଇକୋର୍ଟଙ୍କୁ କୁହାଯାଇଛି। ଏ ସଂକ୍ରାନ୍ତରେ ୬ ସପ୍ତାହ ମଧ୍ୟରେ ଡ୍ରଗ କଣ୍ଟ୍ରୋଲରଙ୍କୁ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ ପଡ଼ିବ। ମାମଲର ପରବର୍ତ୍ତୀ ଶୁଣାଣି ଜୁଲାଇ ୨୯ ତାରିଖରେ ହେବ।

କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଔଷଧ ମିଳୁ ନ ଥିବାବେଳେ ରାଜନେତାମାନେ ପ୍ରଚୁର ପରିମାଣରେ ଔଷଧ କିଣିବା ସହ ମାଗଣାରେ ନିଜ ନିର୍ବାଚନ ମଣ୍ଡଳୀରେ ବାଣ୍ଟୁଥିବା ନେଇ ଯାଚିକା ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri