Posted inଖେଳ

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ, ଟି-୨୦ ସିରିଜରେ ଏହି ନିରାଶାଜନକ ପ୍ରଦର୍ଶନ ପାଇଁ ବିସିସିଆଇ (BCCI) ଦଳର କୋଚିଂ ଷ୍ଟାଫ୍‌ ଏବଂ ଖେଳାଳିଙ୍କ ପ୍ରଦର୍ଶନର ସମୀକ୍ଷା କରିପାରେ। ଯଦିଓ ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଚୁକ୍ତିନାମା ୨୦୨୭ ପର୍ଯ୍ୟନ୍ତ ରହିଛି, ହେଲେ ବିସିସିଆଇ ସୂତ୍ର ଅନୁଯାୟୀ ଦଳର ବର୍ତ୍ତମାନର ଖରାପ ପ୍ରଦର୍ଶନ ଯୋଗୁ ତାଙ୍କ ଚାକିରି ଉପରେ ବିପଦ ସୃଷ୍ଟି ହୋଇଛି।

ସୂଚନାଯୋଗ୍ୟ ଯେ, ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ କ୍ରମାଗତ ଦୁଇଟି ଟି-୨୦ ସିରିଜ ହରାଇଛି। ପ୍ରଥମେ ଭାରତୀୟ ଦଳ ଆୟରଲ୍ୟାଣ୍ଡଠାରୁ ୨-୦ ରେ ପରାସ୍ତ ହୋଇଥିଲା ଏବଂ ଏବେ ଇଂଲଣ୍ଡ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ୩-୦ ର ଅପରାଜେୟ ଅଗ୍ରଣୀ ହାସଲ କରିସାରିଛି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏପର୍ଯ୍ୟନ୍ତ ଚାରୋଟି ମ୍ୟାଚ ଖେଳାଯାଇଥିବା ବେଳେ ସିରିଜ୍ର ପ୍ରଥମ ମ୍ୟାଚଟି ବର୍ଷା ଯୋଗୁ ବାତିଲ ହୋଇଯାଇଥିଲା।

ବିସିସିଆଇ ଦ୍ୱାରା ଭାରତୀୟ ଦଳର ପ୍ରଦର୍ଶନ ସମୀକ୍ଷା କରାଯିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି, କାରଣ ଇଂଲଣ୍ଡ ଗସ୍ତରେ ମ୍ୟାନେଜମେଣ୍ଟ ନେଇଥିବା ଅନେକ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠିଛି। ବିଶେଷ କରି ସଞ୍ଜୁ ସାମସନଙ୍କୁ ଦଳରୁ ବାଦ ଦିଆଯିବାକୁ ନେଇ ଟିମ ମ୍ୟାନେଜମେଣ୍ଟକୁ କଡ଼ା ସମାଲୋଚନାର ସାମ୍ନା କରିବାକୁ ପଡ଼ୁଛି।

ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ସଞ୍ଜୁ ସାମସନଙ୍କୁ ଦଳରୁ ବାଦ ଦିଆଯାଇଥିଲା। ତାଙ୍କ ସ୍ଥାନରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଓପନିଂ କରିବାର ସୁଯୋଗ ମିଳିଥିଲା, ହେଲେ ସେ କ୍ରିଜ୍‌ରେ ବିଶେଷ ସଫଳ ହୋଇପାରି ନାହାନ୍ତି। ମ୍ୟାନେଜମେଣ୍ଟର ଏଭଳି ରଣନୀତି ଦଳର ପରାଜୟର ଅନ୍ୟତମ କାରଣ ବୋଲି କୁହାଯାଉଛି।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?