Posted inଖେଳ

ଗୌତମ ଗମ୍ଭୀର-କୋହଲି-ରୋହିତ ଶର୍ମାଙ୍କ ସମ୍ପର୍କରେ ତିକ୍ତତା, ବିରକ୍ତ ହେଲା BCCI

ମୁମ୍ବାଇ,୧।୧୨: ଭାରତୀୟ କ୍ରିକେଟ୍ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏବଂ ଦୁଇ ବରିଷ୍ଠ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେଇଛି। ରିପୋର୍ଟ ଅନୁଯାୟୀ, ଗମ୍ଭୀର କୋଚ୍ ଦାୟିତ୍ୱ ନେବା ପରେ କୋହଲି ଓ ରୋହିତଙ୍କ ସହ ତାଙ୍କର ପୂର୍ବପରି ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କ ଆଉ ନାହିଁ।

ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଗମ୍ଭୀର, କୋହଲି ଏବଂ ରୋହିତଙ୍କ ମଧ୍ୟରେ ସମ୍ପର୍କ ଆଦୌ ଉତ୍ତମ ନାହିଁ ଏବଂ ଏହି ସମ୍ପର୍କ ଶୀତଳ ହେବାରେ ଲାଗିଛି। ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍ ଆରମ୍ଭ ହେବା ପରେ କୋହଲି ଓ ଗମ୍ଭୀରଙ୍କ ମଧ୍ୟରେ ଆଲୋଚନା ମଧ୍ୟ ବହୁତ କମିଯାଇଛି।

ଖେଳାଳି ଓ କୋଚ୍‌ଙ୍କ ମଧ୍ୟରେ ଏଭଳି ଅସନ୍ତୁଳିତ ପରିସ୍ଥିତିକୁ ନେଇ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ ଅସନ୍ତୁଷ୍ଟ ଅଛି। ବିଶେଷକରି ସୋସିଆଲ ମିଡିଆରେ କୋହଲି ଓ ରୋହିତଙ୍କ ପ୍ରଶଂସକମାନେ ଗମ୍ଭୀରଙ୍କୁ ଯେଉଁଭଳି ଆକ୍ରମଣ କରୁଛନ୍ତି, ତାହା ବରିଷ୍ଠ ପରିଚାଳନାଙ୍କୁ ବିରକ୍ତ କରିଛି।

ଏହି ତିକ୍ତତାକୁ ଦୂର କରିବା ଏବଂ ଦୁଇ ବରିଷ୍ଠ ଖେଳାଳିଙ୍କ ଭବିଷ୍ୟତ ଉପରେ ଆଲୋଚନା କରିବା ପାଇଁ BCCI ଖୁବ୍ ଶୀଘ୍ର ଏକ ବୈଠକ ଡକାଇପାରେ। ଏହି ବୈଠକ ଦ୍ୱିତୀୟ କିମ୍ବା ତୃତୀୟ ଦିନିକିଆ ମ୍ୟାଚ୍ ସମୟରେ ରାୟପୁର କିମ୍ବା ବିଶାଖାପାଟଣାରେ ହୋଇପାରେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri