Posted inଜାତୀୟ

ଗୌତମ ନଭଲଖାଙ୍କ ଗୃହବନ୍ଦୀ ଆବେଦନକୁ ଅନୁମତି

ନୂଆଦିଲ୍ଲୀ,୧୧।୧୧(ପି.ଟି.):ଏଲ୍‌ଗାର ପରିଷଦ-ମାଓବାଦୀ ଲିଙ୍କ୍‌ ମାମଲା ସହ ସମ୍ପୃକ୍ତି ଅଭିଯୋଗରେ ଜେଲ୍‌ରେ ଥିବା ସାମାଜିକ କର୍ମୀ ଗୌତମ ନଭଲଖାଙ୍କ ଗୃହବନ୍ଦୀ ଆବେଦନକୁ ଗୁରୁବାର ସୁପ୍ରିମକୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ତାଙ୍କ ମେଡିକାଲ ରିପୋର୍ଟକୁ ଖାରଜ କରିବାର କୌଣସି କାରଣ ନ ଥିବା ପ୍ରାଥମିକ ଅନୁଧ୍ୟାନରୁ ଜଣାପଡ଼ିଛି ବୋଲଇ ସର୍ବୋଚ୍ଚ ଅଦାଲତ କହିଛନ୍ତି। ୭୦ ବର୍ଷୀୟ ନଭଲଖାଙ୍କୁ ମାସେ ପାଇଁ ମୁମ୍ବାଇରେ ଗୃହବନ୍ଦୀ ରଖିବା ନିର୍ଦ୍ଦେଶ ୪୮ ଘଣ୍ଟା ମଧ୍ୟରେ କାର୍ଯ୍ୟକାରୀ କରିବାକୁ ଜଷ୍ଟିସ୍‌ କେ.ଏମ୍‌. ଜୋସେଫ୍‌ ଏବଂ ହୃଷୀକେଶ ରାୟଙ୍କ ଖଣ୍ଡପୀଠ କହିଛନ୍ତି। ଏଲ୍‌ଗାର ପରିଷଦ-ମାଓବାଦୀ ଲିଙ୍କ୍‌ ମାମଲାରେ ଏପର୍ଯ୍ୟନ୍ତ ଚାର୍ଜଫ୍ରେମ ହୋଇ ନ ଥିବାରୁ ଶୁଣାଣି ନିକଟ ଭବିଷ୍ୟତରେ ଶେଷ ହେବା ଭଳି ଜଣାପଡ଼ୁନାହିଁ। ସେଥିପାଇଁ ନଭଲଖାଙ୍କୁ ମାସେ ଗୃହବନ୍ଦୀ ରଖାଯିବା ଲାଗି ଅନୁମତି ଦିଆଯିବା ଆବଶ୍ୟକ ବୋଲି ଖଣ୍ଡପୀଠ କହିଛନ୍ତି। ଏବାବଦରେ ଖର୍ଚ୍ଚ ହେବାକୁ ଥିବା ୨.୪ ଲକ୍ଷ ଟଙ୍କା ଜମା କରିବା ଲାଗି ଖଣ୍ଡପୀଠ ନଭଲଖାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗୃହବନ୍ଦୀ ସମୟରେ ସେ କମ୍ପ୍ୟୁଟର ଓ ଇଣ୍ଟରନେଟ ବ୍ୟବହାର କରିପାରିବେ ନାହିଁ। ଇଣ୍ଟରନେଟ ନ ଥିବା ମୋବାଇଲ ଫୋନ୍‌ ତାଙ୍କୁ ଦିନକୁ ଥରେ ୧୦ ମିନିଟ ପାଇଁ ଡ୍ୟୁଟିରେ ଥିବା ପୋଲିସ କର୍ମଚାରୀ ଯୋଗାଇଦେବେ। ସେ ମୁମ୍ବାଇ ଛାଡ଼ି ଯାଇପାରିବେ ନାହିଁ କିମ୍ବା ସାକ୍ଷୀଙ୍କୁ ପ୍ରଭାବିତ କରିବାକୁ ଉଦ୍ୟମ କରିବେ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ ସର୍ତ୍ତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri