Odisha Elections 2024

ଏକାଠି ହେଲେ ଗୌତମ, ପୁଲିନ

ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି ଟିକେଟ୍‌ ନ ପାଇ ଭାଜପାରୁ ଆଶାୟୀ ଥିବା ଯୁବନେତା ପୁଲିନ ପ୍ରକାଶ ପୁହାଣ ା ସୋମବାର ରଙ୍ଗପୁରଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା ା ଏହି ସଭାରେ ମୁଖ୍ୟ ଅତିଥିଭାବେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁ ଯୋଗଦେଇ ପୁଲିନ ପ୍ରକାଶ ପୁହାଣଙ୍କୁ ରାଜ୍ୟ ଭାଜପା କୃଷକ ମୋର୍ଚ୍ଚାର ଉପ-ସଭାପତି ଭାବେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଏହି ସଭାରେ ଘୋଷଣା କରିଥିଲେ ା ଏହି ଘୋଷଣା ପରେ ପୁଲିନଙ୍କ ଶତାଧିକ ସମର୍ଥକ ଉତ୍ସାହିତ ହୋଇପଡ଼ିଥିଲେ ା ସଭାରେ ଉପସ୍ଥିତ ଥିବା ଭାଜପା ବିଧାୟକ ପ୍ରାର୍ଥୀ ତଥା ଯାଜପୁର ଜିଲା ଭାଜପା ସଭାପତି ଗୌତମ ରାୟଙ୍କୁ ପୁଲିନ ଏବଂ ତାଙ୍କ ସମର୍ଥକମାନେ ଆଗାମୀ ନିର୍ବାଚନରେ ଦୃଢ଼ଭାବେ ସମର୍ଥନ କରିବେ ବୋଲି ଘୋଷଣା କରିଥିଲେ। ସଭା ମଞ୍ଚରେ ଗୌତମ ପୁଲିନଙ୍କୁ ଆଲିଙ୍ଗନ କରିବା ଘଟଣା କର୍ମୀମାନଙ୍କ ମନରେ ଉତ୍ସାହ ଭରିଦେଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

ଶତାଧିକ କଂଗ୍ରେସ, ଭାଜପା କର୍ମୀ ବିଜେଡିରେ ସାମିଲ

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର କାଠକଟା ପଞ୍ଚାୟତର ଶତାଧିକ କଂଗ୍ରେସ ଏବଂ ଭାଜପା କର୍ମୀ ସୁବ୍ରତ ସାମଲଙ୍କ ତତ୍ୱାବଧାନରେ ବିଜେଡିରେ ସାମିଲ ହୋଇଛନ୍ତି...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

ବାରିଗାଁରେ ପିଇବା ପାଣି ପାଇଁ ହାହାକାର

କେନ୍ଦୁଝର,୨୧।୫(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବାରିଗାଁରେ ପିଇବା ପାଣି ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବସୁଧା ଯୋଜନାରେ...

ଅରଡ଼େଇ ଜଳ ପ୍ରବାହ ରୋକିବାକୁ ଚକ୍ରାନ୍ତ

କେନ୍ଦୁଝର,୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝରର ବାରାହାରାଶି ପର୍ବତରୁ ବାହାରିଥିବା ଚିରଶ୍ରୋତା ନଦୀ ଅରଡ଼େଇର ଜଳସ୍ତର ହ୍ରାସ ପାଉଛି। ପୂର୍ବରୁ ସହରର ମଇଳା ଆବର୍ଜନା ଯୁକ୍ତ ପାଣିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri