Posted inଖେଳ

ଟି୨୦ ବିଶ୍ୱକପ୍‌ରେ ଟ୍ରମ୍ପ କାର୍ଡ ସାବ୍ୟସ୍ତ ହୋଇପାରନ୍ତି ଏହି ବୋଲର୍‌: ଗାଭାସ୍କର

ନୂଆଦିଲ୍ଲୀ,୨୧।୬: ଭାରତୀୟ ଦ୍ରୁତ ବୋଲର ହର୍ଷଲ ପଟେଲ ନିଜ ବୋଲିଂ ଦ୍ୱାରା ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି। ନିଜର ଉଲ୍ଲେଖନୀୟ ପ୍ରଦର୍ଶନକୁ ନେଇ ହର୍ଷଲଙ୍କୁ ୨୦୨୧ରେ ଭାରତୀୟ ଟି୨୦ ସ୍କ୍ବାର୍ଡରେ ସୁଯୋଗ ମିଳିଥିଲା। ଏଯାବତ ସେ ୧୩ ଅନ୍ତର୍ଜାତୀୟ ମୁକାବିଲା ଖେଳି ୧୮ ଉଇକେଟ ନେଇଛନ୍ତି। ନିକଟରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜରେ ସେ ୪ ମ୍ୟାଚ୍‌ରେ ୭ ଉଇକେଟ ନେଇଥିଲେ, ଯାହାକି ଏହି ସିରିଜରେ ସର୍ବାଧିକ ଉଇକେଟ ଥିଲା। ଏହି ପ୍ରଦର୍ଶନକୁ ଦୃଷ୍ଟିରେ ରଖି ହର୍ଷଲଙ୍କୁ ଟି୨୦ ବିଶ୍ୱକପ୍‌ ୨୦୨୨ ଲାଗି ଭାରତୀୟ ଟିମ୍‌ରେ ସାମିଲ କରାଯାଇପାରେ ବୋଲି କୁହାଯାଉଛି। ଏବେ ଭାରତର ପୂର୍ବତନ ଅଭିଜ୍ଞ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ମଧ୍ୟ ହର୍ଷଲଙ୍କୁ ଟ୍ରମ୍ପ କାର୍ଡ ବୋଲି କହିଛନ୍ତି।

ଷ୍ଟାର ସ୍ପୋଟ୍ସ ସହ ସାକ୍ଷାତକାରରେ ଗାଭାସ୍କର କହିଛନ୍ତି, ହର୍ଷଲ ଟ୍ରମ୍ପ କାର୍ଡ ସାବ୍ୟସ୍ତ ହୋଇପାରନ୍ତି। କାରଣ ଆମ ପାଖରେ ଭୁବନେଶ୍ୱର କୁମାର, ମହମ୍ମଦ ଶାମୀ ଏବଂ ଜସପ୍ରିତ ବୁମ୍‌ରା ଅଛନ୍ତି। ହେଲେ ଜଣେ ଅଧିନାୟକଙ୍କ ପାଇଁ ହର୍ଷଲଙ୍କ ଭଳି ଖେଳାଳିଙ୍କ ଉପରେ ନିର୍ଭର କରିବା ବହୁତ ଭଲ। ସେ ଦଳରେ ସ୍ଥାନ ପାଇପାରନ୍ତି। ଡେଥ୍‌ ଓଭରରେ ଦମ୍‌ଦାର ବୋଲିଂ କରିବାର କ୍ଷମତା ତାଙ୍କ ପାଖରେ ରହିଛି। ପାଓ୍ବାର ପ୍ଲେରେ ମଧ୍ୟ ସେ ବୋଲିଂ କରନ୍ତି। ଏସବୁ ଦେଖିଲେ ଜଣେ ଅଲରାଉଣ୍ଡର ବୋଲର୍‌ ଭାବେ ତାଙ୍କୁ ନିଶ୍ଚିତ ଭାବେ ଦଳର ଅଂଶ ହେବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri